The Ultimate Managed Hosting Platform
ADVERTISEMENT

ବିଧାୟକ ଅରବିନ୍ଦ ଢାଲି ଓ ପ୍ରେମାନନ୍ଦ ନାୟକଙ୍କ ସଭ୍ୟପଦ ରଦ୍ଦ

Facebook
Twitter
LinkedIn

ଭୁବନେଶ୍ୱର : ୨ ବିଧାୟକଙ୍କ ସଭ୍ୟପଦ ରଦ୍ଦ ।  ବିଧାୟକ ଅରବିନ୍ଦ ଢାଲି ଓ ପ୍ରେମାନନ୍ଦ ନାୟକଙ୍କ ସଭ୍ୟପଦ ରଦ୍ଦ । ସଭ୍ୟପଦ ରଦ୍ଦ ନେଇ ବିଧାନସଭା ପକ୍ଷରୁ ବିଜ୍ଞପ୍ତି ପ୍ରକାଶ । ସମ୍ବିଧାନର ନିୟମ ମୁତାବକ କାର୍ୟ୍ୟାନୁଷ୍ଠାନ ନେବା ସହିତ ବାଚସ୍ପତି ପ୍ରମିଳା ମଲ୍ଲିକ ଜୟଦେବ ବିଧାୟକ ଓ ତେଲକୋଇ ବିଧାୟକଙ୍କ ସଭ୍ୟ ପଦ ରଦ୍ଦ କରିଛନ୍ତି । ଏହି ଦୁଇ ବିଧାୟକ ବିଜେଡି ଛାଡିବା ପରେ ମାର୍ଚ୍ଚ ୧୮ ତାରିଖରେ ଶାସକ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି ଏନେଇ ବାଚସ୍ପତିଙ୍କ ପାଖରେ ପିଟିସନ୍ ଦାୟର କରିଥିଲେ । ଶୁଣାଣି ପାଇଁ ଦୁଇ ବିଧାୟକଙ୍କୁ ଏଥିପାଇଁ ନୋଟିସ୍ କରାଯାଇଥିଲା । ହେଲେ ନୋଟିସର କୌଣସି ଉତ୍ତର ଖିନଥିଲେ ଦୁଇ ବିଧାୟକ । ଏହାପରେ ବାଚସ୍ପତି କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିବା ସହିତ ଦୁଇ ବିଧାୟକଙ୍କ ସଭ୍ୟ ପଦ ରଦ୍ଦ କରିଛନ୍ତି । ତେବେ ନିକଟରେ ଏହି ଦୁଇ ବିଧାୟକ ବିଜେଡି ଛାଡି ବିଜେପିରେ ସାମିଲ ହେଇଛନ୍ତି । ଏପରିକି ଅରବିନ୍ଦ ଢାଲିଙ୍କୁ ବିଜେପି ଜୟଦେବ ଆସନରୁ ଆଗାମୀ ନିର୍ବାଚନ ପାଇଁ ପ୍ରାର୍ଥୀ ମଧ୍ୟ ଘୋଷଣା କରିଥିଲା । ଅନ୍ୟପଟେ ପ୍ରେମାନନ୍ଦ ମଧ୍ୟ ଟିକେଟ୍ ପାଇବା ପାଇଁ ରେସରେ ଅଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login