ଭୁବନେଶ୍ୱର : ବିଧାୟକଙ୍କ ଘରେ ଇଡି । ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଘରେ ଇଡି ରେଡ । ଭଦ୍ରକ ସହରର ୪ଟି ସ୍ଥାନରେ ଇଡି ରେଡ କରିଥିବା ସୂଚନା । ବରପଦା ଇଞ୍ଜିନିରୟରିଂ କଲେଜ ପୂର୍ବତନ ଅଧ୍ୟକ୍ଷଙ୍କ ଘରେ ମଧ୍ୟ ରେଡ । ସକାଳ ସମୟରୁ ବର୍ତ୍ତମାନ ସୁଦ୍ଧା ବିଧାୟକଙ୍କ ସମ୍ପର୍କୀତ ୧୦ଟି ସ୍ଥାନରେ ତନାଘନା ଚଳାଇଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ସୂଚନା ଅନୁସାରେ ପ୍ରଫୁଲ୍ଲ ସାମଲ ମନ୍ତ୍ରୀ ଥିବାବେଳେ ୨୦ କୋଟିରୁ ଅଧିକ ମୂଲ୍ୟର ଏକ ଜମି କେଳେଙ୍କାରୀ ହୋଇଥିଲା । ଏକ ଇଞ୍ଜିନିୟରିଙ୍ଗ କଲେଜକୁ ଜମି ଦେବା ଘଟଣାରେ ଜାଲିଆତି ହୋଇଥିଲା, ଯାହାକୁ ନେଇ ସେ ସମୟରେ ପୋଲିସରେ ଅଭିଯୋଗ ହୋଇଥିଲେ ବି ପୁଙ୍ଖାନୁପୁଙ୍ଖ ଭାବେ ତଦନ୍ତ ହୋଇନଥବା ଅଭିଯୋଗ ହୋଇଥିଲା । ଏହି ମାମଲା କ୍ରମେ ଇଡି ହାତକୁ ଆସିଥିଲା । ଏହି ମାମଲାକୁ ନେଇ ଆଜି ଇଡି ରେଡ୍ ଆରମ୍ଭ କରିଛି ।
Views: 83