ୟୁପି: ଉତ୍ତର ପ୍ରଦେଶରେ ଦୁଇଟି ବଡ଼ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ ୧୧ ଜଣ ଲୋକ ପ୍ରାଣ ହରାଇଥିବା ବେଳେ ୧୦ ଜଣ ଗୁରୁତର ଆହତ ହୋଇଛନ୍ତି । ଏହି ପୃଥକ ଦୁର୍ଘଟଣା ଘଟିଛି ପିଲିଭିତ୍ ଓ ଚିତ୍ରକୂଟରେ । ଉଭୟ ଘଟଣାରେ ବିବାହ ସମାରୋହରୁ ଫେରୁଥିବା ଦୁଇ ପରିବାର ଦୁର୍ଘଟଣାର ଶିକାର ହୋଇଛନ୍ତି । ପୋଲିସ ମୃତଦେହଗୁଡ଼ିକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ପିଲିଭିତ୍ ଜିଲ୍ଲା ନ୍ୟୁରିଆ ଥାନା ଅଧୀନ ଟନକପୁର ରାଜପଥରେ ଏକ ଦୁର୍ଘଟଣା ଘଟିଛି । ଗୁରୁବାର ବିଳମ୍ବିତ ରାତିରେ ଏକ କାର୍ ନିୟନ୍ତ୍ରଣ ହରାଇ ରାସ୍ତା ପାର୍ଶ୍ଵ ଗଛ ସହିତ ପିଟି ହୋଇଯିବାରୁ ଗାଡ଼ିରେ ଥିବା ସମସ୍ତ ୬ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା । ଏହି ଦୁର୍ଘଟଣାରେ ୪ ଜଣ ଆହତ ହୋଇଥିଲେ । ଶୁକ୍ରବାର ସକାଳେ ମଧ୍ୟ ଚିତ୍ରକୂଟରେ ଆଉ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଠାରେ ବସ୍ ଓ ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇ ୫ ଜଣଙ୍କ ମୃତ୍ୟୁ ହୋଇଛି । ଦୁର୍ଘଟଣା ଘଟିଛି ରାପୁରା ଥାନା ଅଧୀନ ୩୫ ନଂ. ଜାତୀୟ ରାଜପଥରେ । ଏଥିରେ ୬ ଜଣ ଗୁରୁତର ଆହତ ହୋଇଛନ୍ତି । ମୃତକମାନେ ସମସ୍ତେ ମଧ୍ୟପ୍ରଦେଶର ଏକ ପରିବାରର ବୋଲି ଜଣାପଡ଼ିଛି । ଉଭୟ ଦୁର୍ଘଟଣାରେ ପୋଲିସ ମାମଲା ରୁଜୁ କରି ମୃତକଙ୍କ ପରିଜନଙ୍କୁ ସୂଚନା ଦେଇଛି । ଏହାସହ ଘଟଣାର ତଦନ୍ତ ଆରମ୍ଭ କରିଛି ।
ବିବାହ ଭୋଜି ଖାଇ ଫେରିବା ବେଳେ ଘଟିଲା ମର୍ମନ୍ତୁଦ ସଡକ ଦୁର୍ଘଟଣା

Facebook
Twitter
LinkedIn
Facebook
Twitter
LinkedIn
Recent News
ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ
ବିହାର : ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ । ବିହାର ସିବାନ ଜିଲ୍ଲାରେ ଘଟିଛି ଏହି ଘଟଣା । ଭଗବାନପୁର...
ରୋହିଙ୍ଗ୍ୟା ସନେ୍ଦହରେ ପ୍ରାୟ ୪୪୦ ଅଟକ
ଝାରସୁଗୁଡା : ଝାରସୁଗୁଡ଼ାରେ ରୋହିଙ୍ଗ୍ୟା । ରୋହିଙ୍ଗ୍ୟା ସନ୍ଦେହରେ ପ୍ରାୟ ୪୪୦ ଜଣ ଅଟକ। ଝାରସୁଗୁଡାର ବ୍ଲାକ ଡାଇମଣ୍ଡ ସ୍କୁଲ ଓ ଏକ କଲ୍ୟାଣ ମଣ୍ଡପରେ ଅଟକମାନଙ୍କୁ...
ଆସନ୍ତାକାଲି ଭାରତ ବନ୍ଦ, ମିଳିତ ମଞ୍ଚର ଧର୍ମଘଟ ଡାକରା
ନୂଆଦିଲ୍ଲୀ : ଆସନ୍ତାକାଲି ଭାରତ ବନ୍ଦ । ୨୫ କୋଟିରୁ ଅଧିକ ଶ୍ରମିକ, ଯେଉଁମାନେ ବ୍ୟାଙ୍କିଙ୍ଗ, ଡାକ ସେବା, ଖଣି, ନିର୍ମାଣ ଓ ପରିବହନ ଭଳି ସରକାରୀ...
ଆସାମରେ ଭୂକମ୍ପର ଝଟକା
ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...