କଟକ : ସରକାରଙ୍କ ବିଭିନ୍ନ ଯୋଜନାରୁ ବଞ୍ଚିତ ପ୍ରକୃତ ହିତାଧିକାରୀ । ସିଏମସି ୫୮ ନମ୍ବର ୱ।ର୍ଡ଼ ନୂଆଗଡ଼ ଗ୍ରାମର ପ୍ରକୃତ ହିତାଧିକାରୀ ମାନେ ବିଭିନ୍ନ ଯୋଜନାରୁ ବଞ୍ଚିତ ଅଭିଯୋଗ । କଟକ ମହାନଗର ନିଗମ ୫୮ ନମ୍ବର ୱ।ର୍ଡ଼ ନୂଆଗଡ଼ ଗ୍ରାମର ଅନେକ ହିତାଧିକାରୀ , ସରକାରଙ୍କ ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ବାର୍ଦ୍ଧକ୍ୟ ଭତ୍ତା, ରାସନ କାର୍ଡ଼, ପାଇଖାନା ପାଇବାରୁ ବଞ୍ଚିତ ହୋଇଥିବା ହିତାଧିକାରୀମାନେ ଅଭିଯୋଗ କରିଛନ୍ତି । ଯେଉଁ ମାନଙ୍କର ଆର୍ଥିକ ସ୍ଥିତି ଭଲ ସେମାନେ ତଦନ୍ତ କାରୀ ଅଧିକାରୀଙ୍କୁ ଲାଞ୍ଚ ଦେଇ ଘରେ ବସି ସବୁ ସୁବିଧା ହାସଲ କରୁଛନ୍ତି । ଯାହାଫଳରେ କି ସରକାରଙ୍କ ବାସ୍ତବ ଯୋଜନା ପ୍ରକୃତ ହିତାଧିକାରୀ ପାଇବାରୁ ବଞ୍ଚିତ ହେଉଛି । ଏହି ଭଳି ଅଧିକାରୀଙ୍କ ପାଇଁ ସରକାର ବଦନାମ ହେଉଛି ବୋଲି ହିତାଧିକାରୀମାନେ ପ୍ରକାଶ କରିଛନ୍ତି । ଏ ଦିଗରେ ଜିଲ୍ଲାପାଳ, ସିଏମସି ମେୟର, କମିଶନର ଦୃଷ୍ଟି ଦେଇ ପ୍ରକୃତ ହିତାଧିକାରୀଙ୍କୁ ଚିହ୍ନଟ କରନ୍ତୁ ବୋଲି କହିଛନ୍ତି । ତେବେ ଖୁବଶୀଘ୍ର ଏହାର ତଦନ୍ତ କରି ଉପ ଯୁକ୍ତ ହିତାଧିକାରୀଙ୍କୁ ସେମାନଙ୍କର ପ୍ରାପ୍ୟ ଯୋଗାଇ ଦେବାକୁ ଦାବି ହୋଇଛି ।
ବିଭିନ୍ନ ସରକାରୀ ଯୋଜନାରୁ ବଞ୍ଚିତ ଯୋଗ୍ୟ ହିତାଧିକାରୀ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











