ନୂଆଦିଲ୍ଲୀ : ବିଶ୍ୱର ସର୍ବୋଚ୍ଚ ଚେନାବ ରେଲୱେ ସେତୁ ଉଦଘାଟିତ । ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀଙ୍କ ସହିତ ଜମ୍ମୁ କଶ୍ମୀର ମୁଖ୍ୟମନ୍ତ୍ରୀ ଉମର ଅବଦ୍ଦୁଲା ମଧ୍ୟ ରହିଛନ୍ତି । ୧୫ ଶହ କୋଟି ଖର୍ଚ୍ଚରେ ନିର୍ମିତ ଅତ୍ୟାଧୁନିକ ସେତୁ । ୩୫୯ ମିଟର ଉଚ୍ଚା, ୧୩୧୫ ମିଟର ଦୈର୍ଘ୍ୟର ସେତୁ । ଯେକୈାଣସି ରୁତରରେ ଜମ୍ମୁରୁ ଶ୍ରୀନଗର ଯାତ୍ରା ହେବ ସହଜ । ଉଧମପୁର-ଶ୍ରୀନଗର-ବାରାମୁଲା ରେଲୱେ ଲିଙ୍କ ପ୍ରକଳ୍ପ ଅନ୍ତର୍ଗତ ନିର୍ମିତ ହୋଇଥିବା ଏହି ବ୍ରିଜ ଜମ୍ମୁ ଓ ଶ୍ରୀନଗର ମଧ୍ୟରେ ଯାତାୟତକୁ ସହଜ କରିବ । ଷ୍ଟିଲ ଆର୍କ ଡିଜାଇନରେ ନିର୍ମିତ ଏହି ବ୍ରିଜର ମୁଖ୍ୟ ଆର୍କର ଦୈର୍ଘ୍ୟ ୪୬୭ ମିଟର ବା ୧୫୩୨ ଫୁଟ ରହିଛି । ୧୩୧୫ ମିଟର ବା ୧.୩ କିଲୋମିଟର ଦୀର୍ଘ ଏହି ବ୍ରିଜ ନିର୍ମାଣରେ ପ୍ରାୟ ୨୭ ହଜାର ଟନ ଷ୍ଟିଲ ବ୍ୟବହୃତ ହୋଇଛି। ଉନ୍ନତ ଜ୍ଞାନକୌଶଳ ଓ ସ୍ୱଦେଶୀ ଇଞ୍ଜିନିୟରିଂରେ ନିର୍ମିତ ଏହି ବ୍ରିଜ ବିଭିନ୍ନ ଭୂମିକମ୍ପ, ଘୂର୍ଣ୍ଣିବାତ୍ୟା ଭଳି ପ୍ରତିକୂଳ ପରିସ୍ଥିତିକୁ ମଧ୍ୟ ସାମ୍ନା କରିପାରିବ। ଘଣ୍ଟାପ୍ରତି ୧୬୫ କିଲୋମିଟର ବେଗରେ ପବନ ବହୁ କିମ୍ବା ରିକ୍ଟର ସ୍କେଲରେ ୮ ତୀବ୍ରତାର ଭୂମିକମ୍ପ ହେଉ ସବୁ କିଛି ସହିପାରିବ ଏହି ବ୍ରିଜ ।
ବିଶ୍ୱର ସର୍ବୋଚ୍ଚ ଚେନାବ ସେତୁ ଲୋକାର୍ପିତ, ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

Facebook
Twitter
LinkedIn
Facebook
Twitter
LinkedIn
Recent News
ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ
ବିହାର : ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ । ବିହାର ସିବାନ ଜିଲ୍ଲାରେ ଘଟିଛି ଏହି ଘଟଣା । ଭଗବାନପୁର...
ରୋହିଙ୍ଗ୍ୟା ସନେ୍ଦହରେ ପ୍ରାୟ ୪୪୦ ଅଟକ
ଝାରସୁଗୁଡା : ଝାରସୁଗୁଡ଼ାରେ ରୋହିଙ୍ଗ୍ୟା । ରୋହିଙ୍ଗ୍ୟା ସନ୍ଦେହରେ ପ୍ରାୟ ୪୪୦ ଜଣ ଅଟକ। ଝାରସୁଗୁଡାର ବ୍ଲାକ ଡାଇମଣ୍ଡ ସ୍କୁଲ ଓ ଏକ କଲ୍ୟାଣ ମଣ୍ଡପରେ ଅଟକମାନଙ୍କୁ...
ଆସନ୍ତାକାଲି ଭାରତ ବନ୍ଦ, ମିଳିତ ମଞ୍ଚର ଧର୍ମଘଟ ଡାକରା
ନୂଆଦିଲ୍ଲୀ : ଆସନ୍ତାକାଲି ଭାରତ ବନ୍ଦ । ୨୫ କୋଟିରୁ ଅଧିକ ଶ୍ରମିକ, ଯେଉଁମାନେ ବ୍ୟାଙ୍କିଙ୍ଗ, ଡାକ ସେବା, ଖଣି, ନିର୍ମାଣ ଓ ପରିବହନ ଭଳି ସରକାରୀ...
ଆସାମରେ ଭୂକମ୍ପର ଝଟକା
ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...