The Ultimate Managed Hosting Platform
ADVERTISEMENT

ଭଦ୍ରକରେ ୨୪ ଘଣ୍ଟା ଇଣ୍ଟରନେଟ ସେବା ବନ୍ଦ

Facebook
Twitter
LinkedIn

ଭଦ୍ରକ : ଭଦ୍ରକରେ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ ସେବା ବନ୍ଦ । ସକାଳ ୬ଟାରୁ ଆସନ୍ତାକାଲି ସକାଳ ୬ଟା ପର୍ୟ୍ୟନ୍ତ ଇଣ୍ଟରସେବା ବନ୍ଦ ରହିଛି। ଭଦ୍ରକ ବ୍ଲକ ଓ ପୌରାଞ୍ଚଳ, ତିହିଡି ବ୍ଲକ ଅଂଚଳ, ଧାମନଗର ବ୍ଲକ ଓ ଘଇଉ ଅଂଚଳରେ ଇଣ୍ଟର ନେଟ ସେବା ବନ୍ଦ ରହିଛି । ଗୋଷ୍ଠୀ ସଂଘର୍ଷରେ ଯୁବକଙ୍କ ମୃତ୍ୟୁ ପରେ ପ୍ରଶାସନ ପକ୍ଷରୁ ଏଭଳି ନିଷ୍ପତି ନିଆଯାଇଛି। ସମ୍ଭାବ୍ୟ ଆଇନ ଶୃଙ୍ଖଲା ପରିସ୍ଥିତିକୁ ମୁକାବିଲା ପାଇଁ ୨୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି । ୧୨ ଜଣଙ୍କୁ ଗିରଫ କରାଯାଇଛି। ଗତ ୩୦ ତାରିଖରେ ତିହିଡି ଥାନା କଷଟି ଗାଁରେ ଦୁଇ ଗୋଷ୍ଠୀ ମଧ୍ୟରେ ହୋଇଥିବା ସଂଘର୍ଷରେ ସନ୍ତୋଷ ପରିଡା ନାମକ ଯୁବକ ଆକ୍ରମଣର ଶିକାର ହୋଇ ଗୁରୁତର ଆହତ ହୋଇଥିଲେ। ଗତକାଲି ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ତାଙ୍କର ମୃତ୍ୟୁ ହୋଇଥିଲା। ଏହାକୁ ନେଇ ଭଦ୍ରକ ତିହିଡି ଏବଂ ଧାମନଗର ଅଂଚଳରେ ଚପା ଉତ୍ତେଜନା ଦେଖାଦେଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login