The Ultimate Managed Hosting Platform
ADVERTISEMENT

ଭାରତକୁ ଆଫଗାନିସ୍ତାନର ସମର୍ଥନ, ବଢିଲା ପାକର ଟେନସନ

Facebook
Twitter
LinkedIn

ନୂଆଦିଲ୍ଲୀ : ପାକିସ୍ତାନ ସହ ଉତ୍ତେଜନା ମଧ୍ୟରେ ଭାରତ ସପକ୍ଷରେ ବଢୁଛି ମୁସଲିମ୍ ରାଷ୍ଟ୍ରର ସମର୍ଥନ । ଗୋଟେ ପଟେ ପାକିସ୍ତାନ ପାଇଁ କରଜ ଓ ପାଣି ସମସ୍ୟା ବଢିବାରେ ଲାଗିଥିବା ବେଳେ ଅନ୍ୟପଟେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ବନ୍ଧୁତା ପାକିସ୍ତାନ ପାଇଁ ମୁଣ୍ଡବିନ୍ଧାର କାରଣ ପାଲଟିଛି । ପହଲଗାମ ଘଟଣାରେ ଭାରତର ସମର୍ଥନ କରିଥିବାରୁ ଆଫଗାନିସ୍ତାନକୁ ଧନ୍ୟବାଦ ଜଣାଇଲା ଭାରତ । ତାଲିବାନ ବୈଦେଶିକ ମନ୍ତ୍ରୀ ଆମିର ଖାନ୍ ମୁସ୍ତାକିଙ୍କ ସହ କଥା ହୋଇଛନ୍ତି ଭାରତର ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କର । ଏହି ଐତିହାସିକ କଥାବାର୍ତ୍ତାରେ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ଆଫଗାନ ଜନତାଙ୍କ ସହିତ ଭାରତର ପାରମ୍ପରିକ ବନ୍ଧୁତା ସହିତ ବିକାଶ ପାଇଁ ନିରନ୍ତର ସମର୍ଥନ ବିଷୟରେ କହିଛନ୍ତି । ତାଲିବାନ ସରକାର ପହଲଗାମ ଆକ୍ରମଣକୁ ସାର୍ବଜନୀନ ଭାବେ ନିନ୍ଦା କରିଛନ୍ତି । ଭାରତ ଓ ତାଲିବାନ ମଧ୍ୟରେ ପ୍ରଥମ ମନ୍ତ୍ରୀସ୍ତରୀୟ ଆଲୋଚନା । ପହଲଗାମ ଆକ୍ରମଣକୁ ଆଫଗାନିସ୍ତାନ ନିନ୍ଦା କରିବା ସହ ଭାରତର ଆତଙ୍କବାଦ ବିରୋଧରେ କାର୍ୟ୍ୟାନୁଷ୍ଠାନକୁ ସମର୍ଥନ ଜଣାଇଥିଲା । ପୂର୍ବରୁ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ସଂପର୍କକୁ ଦୃଢ କରିବା ପାଇଁ ୩ ଥରରୁ ଅଧିକ କଥାବାର୍ତ୍ତା ହୋଇଛନ୍ତି । ତେବେ ପହଲଗାମ ଆକ୍ରମଣ ପରେ ଏହା ଦ୍ବିତୀୟ ଥର ପାଇଁ କଥାବାର୍ତ୍ତା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ନୂଆଦିଲ୍ଲୀ : ବାଗେଶ୍ୱର ଧାମରେ ଭୁଶୁଡିଲା କୋଠା । ମଧ୍ୟପ୍ରଦେଶ ଛତରପୁର ଜିଲ୍ଲା ବାଗେଶ୍ୱର ଧାମନିକଟରେ ଥିବା ଏକ ଢାବାରେ କାନ୍ଥ ଭୁଶୁଡିପଡିଛି । ଏହି ଘଟଣାରେ...

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ନୂଆଦିଲ୍ଲୀ : ଆମେରିକାରେ ପୁଣି ଥରେ ଗୁଳିକାଣ୍ଡର ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ସୋମବାର ସକାଳେ ଦକ୍ଷିଣ ଫିଲାଡେଲଫିଆର ଏକ ଅଞ୍ଚଳରେ ଗୁଳିକାଣ୍ଡ...

ADVERTISEMENT

Login