The Ultimate Managed Hosting Platform
ADVERTISEMENT

ଭାରତରତ୍ନ ରାଜୀବ ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସ ପାଳନ

Facebook
Twitter
LinkedIn

ଜଗତସିଂହପୁର (ଲୋକନାଥ ସାହୁ ): ଜଗତସିଂହପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ପୂର୍ବତନ ପ୍ରଧାନମନ୍ତ୍ରୀ, ଭାରତରତ୍ନ ରାଜୀବ ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଜିଲ୍ଲା କଂଗ୍ରେସ କାର୍ୟ୍ୟାଳୟ ଠାରେ ରାଜୀବ ଗାନ୍ଧୀଙ୍କ ତୈଳ ଚିତ୍ରରେ ଓ ସ୍ଥାନୀୟ ଚର୍ଚ୍ଚିକା ବଜାର ସ୍ଥିତ ରାଜୀବ ଗାନ୍ଧୀ ଶିଶୁ ଉଦ୍ୟାନ ଠାରେ ଥିବା ରାଜୀବ ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା। ଏହି ଅବସରରେ ଜିଲ୍ଲା କଂଗ୍ରେସ କାର୍ୟ୍ୟାଳୟ ଠାରେ ଜିଲ୍ଲା କଂଗ୍ରେସ ସଭାପତି ନଟବର ବାରିକ ଙ୍କ ପୌରହିତ୍ୟରେ ରାଜୀବ ଗାନ୍ଧୀଙ୍କ ଉଦ୍ଦେଶ୍ୟରେ ସ୍ମୃତି ଚାରଣ କରାଯାଇଥିଲା। ପଞ୍ଚାୟତିରାଜ ବ୍ୟବସ୍ଥାରେ ବ୍ୟାପକ ପରିବର୍ତ୍ତନ ଆଣି ପଞ୍ଚାୟତ ପ୍ରତିନିଧିମାନଙ୍କୁ କ୍ଷମତା ପ୍ରଦାନ କରିବା, ମହିଳା ମାନଙ୍କୁ ସଂରକ୍ଷଣ ପ୍ରଦାନ କରିବା, ପ୍ରଯୁକ୍ତି ବିଜ୍ଞାନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ,୧୮ ବର୍ଷର ଯୁବକ, ଯୁବତୀ ମାନଙ୍କୁ ଭୋଟ ଦେବା ପାଇଁ ସାମ୍ବିଧାନିକ ଅଧିକାର ଦେବା ଆଦି କାର୍ୟ୍ୟ ପାଇଁ ରାଜୀବ ଗାନ୍ଧୀ ଜନମାନସରେ ଚିରସ୍ମରଣୀୟ ହୋଇ ରହିବେ ବୋଲି ମତପ୍ରକାଶ ପାଇଥିଲା। ଏହି ଶ୍ରଦ୍ଧାଞ୍ଜଳି ସଭାରେ ପୂର୍ବତନ ପୌରାଧ୍ୟକ୍ଷ ବିପ୍ଳବ ଚୌଧୁରୀ, ବରିଷ୍ଠ କଂଗ୍ରେସ ନେତା ଲକ୍ଷ୍ମୀ ନାରାୟଣ ସାମନ୍ତରାୟ, ନଗର କଂଗ୍ରେସ ସଭାପତି ଅଭୟ କୁମାର ମହାନ୍ତି, ପ୍ରମୁଖ ଯୋଗଦେଇ ଭାରତରତ୍ନ ରାଜୀବ ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login