The Ultimate Managed Hosting Platform
ADVERTISEMENT

ଭାରତ-ପାକିସ୍ତାନ ସ୍ଥିତିକୁ ନେଇ ଚିନ୍ତା ପ୍ରକଟ କଲା ଆମେରିକା

Facebook
Twitter
LinkedIn

ନୂଆଦିଲ୍ଲୀ : ଭାରତ-ପାକିସ୍ତାନ ସ୍ଥିତିକୁ ନେଇ ଚିନ୍ତା ପ୍ରକଟ କଲା ଆମେରିକା । ପରସ୍ପରକୁ ଆକ୍ରମଣ ବନ୍ଦ କରିବାକୁ କହିଲେ ଡୋନାଲ୍ଡ ଟ୍ରମ୍ପ । ଭାରତ-ପାକିସ୍ତାନ ଯେସାକୁ ତେସା ନୀତି ଆପଣାଇଛନ୍ତି । ଶାନ୍ତି ମାଧ୍ୟମରେ ବିବାଦର ସମାଧାନ ପାଇଁ ଭାରତ-ପାକିସ୍ତାକୁ ଅପିଲ । ଆବଶ୍ୟକ ପଡିଲେ ଶାନ୍ତି ପାଇଁ ମଧ୍ୟସ୍ଥତା କରିବେ କହିଲେ ଟ୍ରମ୍ପ । ଉଭୟ ଦେଶକୁ ଭଲସେ ଜାଣିଛି , ଦୁଇ ଦେଶ ସହ ଆମର ଭଲ ସମ୍ପର୍କ ରହିଛି । ସ୍ଥିତି ନିୟନ୍ତ୍ରଣ ପାଇଁ ଯାଗା ସହଯୋଗ ଆବଶ୍ୟକ କରିବି । ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବନ୍ଦ ହେଉ । ଦୁଇ ଦେଶ ଉତ୍ତେଜନା ନବଢାଇକୁ ପରାମର୍ଶ ଦେଇଛନ୍ତି ଟ୍ରମ୍ପ । ଯଦି ଏହି ପ୍ରସଙ୍ଗରେ ସେ କିଛି କରିପାରିବେ ତେବେ ନିଶ୍ଚୟ କରିବେ ବୋଲି କହିଛନ୍ତି ଆମେରିକା ରାଷ୍ଟ୍ରପତି । ଭାରତର ‘ଅପରେସନ ସିନ୍ଦୂର’ ପରେ ବିଳିବିଳେଇ ଉଠିଛି ପାକିସ୍ତାନ । ଆତଙ୍କବାଦୀଙ୍କ ଆଡ୍ଡା ଉପରେ ଭାରତୀୟ ସେନାର ଆକ୍ରମଣ ପରେ ଉଗ୍ର ହେଉଛି ସେହବାଜ ସରକାର । ପାକିସ୍ତାନ ସଂସଦରେ ଏୟାରଷ୍ଟ୍ରାଇକକୁ ସ୍ୱୀକାର କରିଛନ୍ତି ସେହେବାଜ ସରିଫ୍ । ବୁଧବାର ବିଳମ୍ୱିତ ରାତିରେ ସଂସଦରୁ ଦେଶକୁ ସମ୍ୱୋଧନ କରି ପାକ୍ ପ୍ରଧାନମନ୍ତ୍ରୀ ବଡ ବୟାନ ଦେଇଛନ୍ତି । କହିଛନ୍ତି, ଭାରତ ମଙ୍ଗଳବାର ରାତିରେ ଯାହା କରିଛି, ତାର ଗମ୍ଭୀର ପରିଣତ ଭୋଗିବ । ଭାରତକୁ ପ୍ରତ୍ୟେକ ରକ୍ତ ବୁନ୍ଦାର ହିସାବ ଦେବାକୁ ପଡିବ, ଏହି ବର୍ବରତା ପାଇଁ ଭାରତ ବଡ ମୂଲ୍ୟ ଦେବ ବୋଲି ଚେତାବନୀ ଦେଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login