ମୟୂରଭଞ୍ଜ : ଭାରସାମ୍ୟ ହରାଇ ଓଲଟିଲା ଅଟୋ । ମୟୂରଭଞ୍ଜ ଜିଲ୍ଲା ମହୁଲଡିହା ଥାନା ଅନ୍ତର୍ଗତ ସାତକୋଶିଆ ନିକଟ ଘୋଡାଘାଟି ବାଙ୍କରେ ବିଲକାମ ପାଇଁ ଶ୍ରମିକଙ୍କୁ ନେଇ ଯାଉଥିବା ଅଟୋ ଦୁର୍ଘଟଣା ଗ୍ରସ୍ତ। ଠାକୁରମୁଣ୍ଡା- ଆନନ୍ଦପୁର ରାଜ ପଥରେ ଗତକାଲି ପୂର୍ବାହ୍ନରେ ଏକ ଅଟୋ ଓଲଟି ପଡିବାରୁ ୬ ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି।ଗୁରୁତର ଜଣକ ହେଉଛନ୍ତି ଧବଣୀ ଗ୍ରାମର ରେଞ୍ଜର ହାଇବୁରୁ ।ସୂଚନା ଅନୁଯାୟୀ କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଥାନା ଅନ୍ତର୍ଗତ ଗାୟଳମୁଣ୍ଡା ଗ୍ରାମପଞ୍ଚାୟତ ଅଧୀନ ଧବଣୀ ଗ୍ରାମରୁ ଏକ ଓଟୋରେ ୭ ଜଣ ଶ୍ରମିକ ଧାନ ବିଲରେ କାମ କରିବାକୁ କାଠକଟା ଗ୍ରାମକୁ ଧବଣୀ ଗ୍ରାମର ଜାଣ୍ଡୁକା ବିରୁଆ ନେଉଥିଲେ।ଦୁର୍ଘଟଣାପରେ ସ୍ଥାନୀୟ ଲୋକେ ଆହତ ଙ୍କ ମଧ୍ୟରୁ କେତେଜଣଙ୍କୁ ନିକଟରେ ଥିବା ସାତକୋଶିଆ ପ୍ରାଥମିକ ଚିକିତ୍ସାଳୟ ରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିବା ବେଳେ ଅନ୍ୟ ଆହତ ଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ଠାକୁରମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ଚିକିତ୍ସା ପାଇଁ ଭର୍ତ୍ତି କରାଇଥିଲେ। ଗୁରୁତର ରେଞ୍ଜର ହାଇବୁରୁ ଙ୍କୁ ଅଧିକ ଚିକିତ୍ସା ପାଇଁ ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟ ଘଷିପୁରାକୁ ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି।
ଭାରସାମ୍ୟ ହରାଇ ଓଲଟିଲା ଅଟୋ, ୬ ଆହତ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











