The Ultimate Managed Hosting Platform
ADVERTISEMENT

ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍

Facebook
Twitter
LinkedIn

ପଦ୍ମପୁର : ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍ । ଏପରି ଦୁର୍ଘଟଣା ଘଟିଛି ବରଗଡ଼ ଜିଲ୍ଲା ପଦ୍ମପୁର ପାଟଣାଗଡ଼ା ରାସ୍ତା ସୁଲିଆ ଗାଁ ନିକଟରେ । ଏହି ଦୁର୍ଘଟଣାରେ ୬ଜଣ ଆହତ ହୋଇଥିବା ବେଳେ, ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

ସୂଚନା ଅନୁଯାୟୀ, ଦୁର୍ଘଟଣାଗ୍ରସ କାର୍ ଟି ଛତିଶଗଡ଼ ବିଳାସପୁରରୁ ହରିଶଙ୍କର ଯାଉଥିଲା । ହେଲେ ପଦ୍ମପୁର ଉପଖଣ୍ଡ ବୁଡେନ ଥାନା ସୁଲିଆ ଗାଁ ନିକଟରେ ଗାଡିଟି ଭାରସାମ୍ୟ ହରାଇ ଗଛରେ ପିଟି ହୋଇଥିଲା । ଫଳରେ ଗାଡିରେ ଥିବା ୬ଜଣ ଦୁର୍ଘଟଣାରେ ଶିକାର ହୋଇଛନ୍ତି । ସେମାନଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି ପଦ୍ମପୁର ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login