ଭୁବନେଶ୍ୱର : ଭିକାରୀ ମୁକ୍ତ ହେବ ରାଜଧାନୀ ଭୁବନେଶ୍ୱର । ପାର୍ବଣ ରୁତୁକୁ ଆଖି ଆଗରେ ରଖି ବିଏମସି ପକ୍ଷରୁ ପଦକ୍ଷେପ ନିଆଯିବ । ପାର୍ବଣରେ ରାସ୍ତା କଡରେ ବୁଲିବେନି ଭିକାରୀ । ରାସ୍ତାରେ ଦେଖିଲେ ଉଠାଇ ନେବ ବିଏମ୍ସି ସ୍କାଡ । ଭୁବନେଶ୍ବରକୁ ଭିକାରୀ ମୁକ୍ତ କରିବାକୁ ବିଏମସିର ଜୋରଦାର ପ୍ରୟାସ । ଭିକାରୀ ମୁକ୍ତ ଭୁବନେଶ୍ବର ପାଇଁ ବିଏମସି କମିଶନରଙ୍କ ଅଧ୍ୟକ୍ଷତାରେ ସ୍ବତନ୍ତ୍ର ବୈଠକ ଅନୁଷ୍ଠିତ ହୋଇଯାଇଛି ।
ସରକାରଙ୍କ ସହାୟତାରେ ଭୁବନେଶ୍ବରରେ ୫ ଶହ ଭିକାରୀ ରହିବା ଭଳି ୫ଟି ଥଇଥାନ କେନ୍ଦ୍ର ହୋଇଥିବା ବେଳେ, ଏହାକୁ କଡାକଡି ପାଳନ କରିବାକୁ ନିର୍ଦେଶ ଦେଇଛନ୍ତି କମିଶନର । ପାର୍ବଣ ଋତୁରେ ଲୋକଙ୍କ ସୁରକ୍ଷା ଦୃଷ୍ଟିରୁ ରାସ୍ତା କଡରେ କୌଣସି ବି ଭିକାରୀ ଯେପରି ନ ରହନ୍ତି, ସେଥିପାଇଁ ସ୍ୱତନ୍ତ୍ର ସ୍କାଡ ଗଠନ କରିବାକୁ ନିର୍ଦେଶ ଦିଆଯାଇଛି । ବିଏମ୍ସିର ତିନୋଟି ଜୋନ୍ରେ ୩ଟି ସ୍କାଡ ଗଠନ କରାଯିବ । ଏହି ସ୍କାଡ ସଂପୃକ୍ତ ଜୋନାଲ ଡେପୁଟି କମିଶନରଙ୍କ ତତ୍ତ୍ବାବଧାନରେ ରହିବ ।
ଭୁବନେଶ୍ୱରକୁ ବଂଜାରମାନେ ଆଉ ଥରେ ଆସିବା ଆରମ୍ଭ କରିଦେଇଛନ୍ତି । କେତେକ ମନ୍ଦିରରେ ଭିକାରୀ ବସିବା ଦେଖାଯାଉଛି । ମନ୍ଦିର ଓ ପୂଜା ସ୍ଥଳିରେ ଭକ୍ତଙ୍କ ଭିଡ ସମୟରେ ଏହି ସ୍କାଡ ନିୟମିତ ବୁଲି ଦେଖିବାକୁ କୁହାଯାଇଛି । କିଛି ଭିକାରୀଙ୍କ ପରିବାର ସହ ଯୋଗାଯୋଗ କରାଇ, ସେମାନଙ୍କ ଘରେ ଛାଡି ଦିଆଯାଇଛି । ଯଦି କୌଣସି ପରିବାର ଘରେ ଛାଡି ଦିଆଯାଇଥିବା ଭିକାରୀଙ୍କୁ ପୁନଶ୍ଚ ଭିକ୍ଷାବୃତ୍ତି ପାଇଁ ପଠାନ୍ତି ତେବେ ସେମାନଙ୍କ ବିରୋଧରେ ଦୃଢ କାର୍ୟ୍ୟାନୁଷ୍ଠାନ ନିଆଯିବ ବୋଲି ବିଏମ୍ସି ପକ୍ଷରୁ ସୂଚନା ଦିଆଯାଇଛି ।
ଭିକାରୀ ମୁକ୍ତ ହେବ ରାଜଧାନୀ

Facebook
Twitter
LinkedIn
Facebook
Twitter
LinkedIn
Recent News
ଯାତ୍ରୀବାହୀ ବସରେ ଲାଗିଲା ନିଆଁ
ରାଜସ୍ଥାନ : ଯାତ୍ରୀବାହୀ ବସରେ ଲାଗିଲା ନିଆଁ । ବସରେ ୫୭ ଜଣ ଯାତ୍ରୀ ରହିଥିଲେ । ଏମାନଙ୍କ ମଧ୍ୟରୁ ୧୦-୧୫ ଜଣ ଲୋକଙ୍କ ମୃତ୍ୟୁ ହୋଇଥିବା...
ନୂଆପଡା ଉପନିର୍ବାଚନ ; କିଏ ହେବେ ବିଜେଡିରୁ ପ୍ରାର୍ଥୀ ?
ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ବିଜେଡିରୁ ପ୍ରାର୍ଥୀ କିଏ ହେବେ ତାକୁ ନେଇ ଚର୍ଚ୍ଚା । ୪ରୁ ୫ ଜଣଙ୍କ ନାଁ ତାଲିକାଭୁକ୍ତ ହୋଇଥିବା ବେଳେ...
ସିରିଜ ପୋଛିନେଲା ଭାରତ , ୭ ୱିକେଟରେ ୱେଷ୍ଟିଣ୍ଡିଜକୁ ହରାଇଲା
ନୂଆଦିଲ୍ଲୀ : ୭ ୱିକେଟରେ ଭାରତ ଜିତି ୨-୦ ସିରିଜ କବଜା କରିଛି । ୱେଷ୍ଟଇଣ୍ଡିଜ ଦ୍ବିତୀୟ ଇନିଂସରେ ୩୯୦ ରନ୍ କରି ଭାରତକୁ ୧୨୧ ରନର...
କୋଲ୍ଡରିଫ ସମେତ ଏ ସମସ୍ତ ସିରପକୁ ବିଷାକ୍ତ କହିଲା “ହୁ”
ନୂଆଦିଲ୍ଲୀ : କୋଲ୍ଡରିଫ୍ ସମେତ ରେସପିଫ୍ରେସ୍ ଟିଆର ଓ ରିଲିଫ୍ ସିରପକୁ ବିଷାକ୍ତ କହିଲା ହୁ । ଏହି ୩ କଫ୍ ସିରପରେ ଡାଇଏଥିଲିନ୍ ଗ୍ଲାଇକୋଲ ଓ...