ବ୍ରହ୍ମପୁର : ଭିଜିଲାନ୍ସ ଜାଲରେ ପିଇଓ । ପଞ୍ଚାୟତକୁ ଆସିଥିବା ସରକାରୀ ଟଙ୍କା ହେରଫେର ଅଭିଯୋଗରେ ଉଠାଇ ନେଲା ଭିଜିଲାନ୍ସ ।ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ ରାଧାଦେଇପୁର ପଞ୍ଚାୟତର ପିଇଓ କ୍ଷେତ୍ରମୋହନ ନାୟକ ଏବେ ଭିଜିଲାନ୍ସ ପଞ୍ଝାରେ । ସରପଞ୍ଚଙ୍କ ଅଜାଣତରେ ପ୍ରାୟ ୩୮ଲକ୍ଷ ଟଙ୍କା ଉଠା ଯାଇଥିବା ନେଇ ପିଇଓ କ୍ଷେତ୍ର ମୋହନ ନାୟକଙ୍କ ବିରୋଧରେ ଅଭିଯୋଗ ହୋଇଥିଲା । ଏହି ଅଭିଯୋଗକ୍ରମେ ଗୁରୁବାର ବ୍ରହ୍ମପୁର ଭିଜିଲାନ୍ସର ଏକ ଟିମ୍ ରାଧାଦେଇପୁର ପଞ୍ଚାୟତ କାର୍ୟ୍ୟାଳୟରେ ପହଞ୍ଚି ଯାଞ୍ଚ କରିବା ସହିତ ବିଭିନ୍ନ କର୍ମଚାରୀଙ୍କୁ ପଚରାଉଚରା କରିଥିଲେ । ପିଇଓଙ୍କୁ ଜେରା କରିବା ସହ ତାଙ୍କୁ ବ୍ରହ୍ମପୁର ଉଠାଇ ନେଇଥିବା ସୂଚନା ମିଳିଛି । ଅଧିକ ତଦନ୍ତ ପାଇଁ ଆଜି ସରପଞ୍ଚଙ୍କ ସମେତ ବ୍ଲକର କିଛି ଅଧିକାରୀଙ୍କୁ ମଧ୍ୟ ଭିଜିଲାନ୍ସ ଡ଼ାକିଥିବା ସୂଚନା ମିଳିଛି ।
Views: 18