ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ପ୍ରଧାନ ଶିକ୍ଷକ। ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ବରଗଡ଼ କୁସନପୁରୀ ହାଇସ୍କୁଲର ପ୍ରଧାନ ଶିକ୍ଷକ ବାଳମୁକୁନ୍ଦ ପ୍ରଧାନ । ଏସ୍ଏଚ୍ଜି ଫାଇଲ୍ ରିଲିଜ୍ ପାଇଁ ୧୪ ହଜାର ଟଙ୍କା ଲାଞ୍ଚ ନେଉଥିଲା ବେଳେ ମାଡ଼ିବସିଲା ଭିଜିଲାନ୍ସ। ଉକ୍ତ ଟଙ୍କା ଜବତ କରିଛି ଭିଜିଲାନ୍ସ। ଏହାପରେ ତାଙ୍କର ଏକକାଳୀନ ୨ଟି ସ୍ଥାନରେ ଚଢାଉ ଜାରି ରହିଥିବା ସୂଚନା।
Views: 56