ନୂଆଦି୍ଲୀ : ଭୂକମ୍ପରେ ଥରିଲା ଆମେରିକାର ଉତ୍ତର କାଲିଫର୍ଣ୍ଣିଆ । କାଲିଫର୍ନିଆରେ ବଡ଼ ଧରଣର ଭୂମିକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୭.୦ ଥିଲା । ଗୁରୁବାର ସକାଳ ୧୦:୪୪ରେ ଭୂକମ୍ପର ଝଟକା ଅନୁଭୂତ ହୋଇଥିଲା । ତେବେ ବଡ଼ ଧରଣର ଭୂକମ୍ପ ହୋଇଥିଲେ ମଧ୍ୟ କ୍ଷୟକ୍ଷତି ନେଇ ସବିଶେଷ ତଥ୍ୟ ମିଳି ନାହିଁ । ଭୂକମ୍ପ ପରବର୍ତ୍ତୀ ଝଟକା ଅନୁଭୂତ ହୋଇଛି। ଭୂକମ୍ପର କେନ୍ଦ୍ରସ୍ଥଳ ଫନେଡେଲରୁ ୧୦୦ କିଲୋମିଟର ପଶ୍ଚିମ-ଦକ୍ଷିଣପଶ୍ଚିମରେ ଭୂମିଠାରୁ ୧୦ କିଲୋମିଟର ତଳେ ଥିଲା । ଭୂକମ୍ପ ପରେ ଲୋକେ ଭୟରେ ଘର ଓ ଅଫିସରୁ ବାହାରକୁ ଚାଲି ଆସିଥିଲେ । ୧୦ ଲକ୍ଷରୁ ଅଧିକ ଲୋକ ପ୍ରଭାବିତ ହୋଇଥିବା ବେଳେ ୧୦ ହଜାରୁ ଅଧିକ ଲୋକ ଅନ୍ଧାରରେ ଅଛନ୍ତି। ଭୂମିକମ୍ପ ପରେ ଲୋକେ ଭୟରେ ଘରୁ ବାହାରକୁ ପାଳାଇ ଆସିଥିଲେ ।
Views: 34