The Ultimate Managed Hosting Platform
ADVERTISEMENT

ଭୁବନେଶ୍ୱରରୁ ଗୋଆକୁ ଉଡିବ ବିମାନ

Facebook
Twitter
LinkedIn

ଭୁବନେଶ୍ୱର : ବିମାନ ସେବା କ୍ଷେତ୍ରରେ ଓଡ଼ିଶା ଇତିହାସରେ ଆଉ ଏକ ଫର୍ଦ୍ଦ ଯୋଡ଼ି ହେବାକୁ ଯାଉଛି। ଆସନ୍ତା ଅପ୍ରେଲ୍ ୧ ତାରିଖ ଠାରୁ ଉତ୍କଳ ଦିବସ ଅବସରରେ ଓଡ଼ିଶାରୁ ଗୋଆକୁ ସିଧାସଳଖ ବିମାନ ସେବା ଉପଲବ୍ଧ ହେବାକୁ ଯାଉଛି। ଭୁବନେଶ୍ବରରୁ ଗୋଆକୁ ବିମାନ ସଂଯୋଗୀକରଣ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରଶଂସା କରିଛନ୍ତି। ରାଜ୍ୟ ସରକାରଙ୍କ ନ୍ୟୁ ଡେଷ୍ଟିନେସନ୍ ପଲିସି ଅନୁଯାୟୀ ଭୁବନେଶ୍ବରରୁ ଗୋଆକୁ ବିମାନ ଚଳାଚଳ କରିବ। ଆସନ୍ତା ଅପ୍ରେଲ୍ ୧ ତାରିଖ ଠାରୁ ଭୁବନେଶ୍ବରରୁ ଗୋଆକୁ ପ୍ରତି ମଙ୍ଗଳବାର, ବୁଧବାର, ଗୁରୁବାର ଓ ଶନିବାର ଦିନ ବିମାନ ଚଳାଚଳ କରିବ। ଘରୋଇ ବିମାନ କଂପାନି ‘ଇଣ୍ଡିଗୋ’ରେ ଭୁବନେଶ୍ବରରୁ ବିମାନଯାତ୍ରୀମାନେ ଗୋଆ ଯାଇପାରିବେ। ପୁଣି ଯାତ୍ରମାନେ ଚାହିଁଲେ ଗୋଆରୁ ଇଣ୍ଡିଗୋର ବିମାନରେ ଭୁବନେଶ୍ବର ଫେରିପାରିବେ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ସଡକ ଦୁର୍ଘଟଣାରେ ବର-କନ୍ୟାଙ୍କ ସମେତ ଚାଲିଗଲା ୫ ଜଣଙ୍କ ଜୀବନ

ରାଜସ୍ଥାନ : ରାଜସ୍ଥାନ ନ୍ୟାସନାଲ ହାଇୱେରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ଗୋଟିଏ ପରିବାରର ୫ଜଣ ଲୋକଙ୍କ ପ୍ରାଣ ଚାଲିଯାଇଥିବାବେଳେ ଅନେକ ଲୋକ...

Login