ଭୁବନେଶ୍ୱର : ଭୁବନେଶ୍ୱରରେ ପହଁଚିଲା ଉତ୍ତମଙ୍କ ପାର୍ଥିବ ଶରୀର । ବିମାନ ବନ୍ଦରରୁ ଭୁବନେଶ୍ୱର ବାସଭବନକୁ ନିଆଯିବ । ବାସଭବନରେ ହେବ ଶେଷ ଦର୍ଶନ । ସତ୍ୟନଗର ଶ୍ମଶାନରେ ହେବ ଶେଷକୃତ୍ୟ । ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ହେବ ଉତ୍ତମଙ୍କ ଶେଷକୃତ୍ୟ । ପୁଅ ବାବୁଶାନ ଏବଂ ବୋହୂ ତୃପ୍ତି ଅନ୍ୟ ଡାକ୍ତରୀ ଦଳଙ୍କ ପାର୍ଥିବ ଶରୀର ଧରି ଆସୁଛନ୍ତି । ସେହିପରି ଭୁବନେଶ୍ବର ଜଗନ୍ନାଥବିହାର ସ୍ଥିତ ଘରେ ପହଞ୍ଚିଛନ୍ତି ଅପରାଜିତା ମହାନ୍ତି । ବନ୍ଧୁ, ପରିଜନମାନେ ଜଣଙ୍କ ପରେ ତାଙ୍କୁ ଆଶ୍ୱାସନା ଦେବା ପାଇଁ ପହଞ୍ଚୁଛନ୍ତି । ସୂଚନାଯୋଗ୍ୟ, ୬୬ ବର୍ଷୀୟ ଉତ୍ତମ କିଛିଦିନ ହେଲା ଲିଭର ସିରୋସିସ୍ ରୋଗରେ ପୀଡ଼ିତ ହୋଇ ହରିୟାଣାର ଗୁରୁଗ୍ରାମସ୍ଥିତ ମେଦାନ୍ତା ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ତାଙ୍କ ପରଲୋକରେ କେବଳ ଓଲିଉଡ୍ ନୁହେଁ, ଓଡ଼ିଶା ତଥା ଦେଶର ମନୋରଞ୍ଜନ ଜଗତରେ ଶୋକର ଛାୟା ଖେଳିଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକବ୍ୟକ୍ତ କରିବା ସହ ଉତ୍ତମ ମହାନ୍ତିଙ୍କୁ ଓଡ଼ିଆ ସିନେ ଜଗତର ଧ୍ରୁବତାରା ଭାବେ ଅଭିହିତ କରିଛନ୍ତି । ଉତ୍ତମଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ୟ୍ୟାଦା ସହ ସମ୍ପନ୍ନ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ଭୁବନେଶ୍ୱରରେ ଉତ୍ତମଙ୍କ ପାର୍ଥିବ ଶରୀର, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ହେବ ଉତ୍ତମଙ୍କ ଶେଷକୃତ୍ୟ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











