ଭୁବନେଶ୍ୱର : ଦୀପାବଳିରେ ଭୁବନେଶ୍ୱରରେ ରାତି ୯ଟା ପରେ ବାଣଫୁଟା ବନ୍ଦ । ଭୁବନେଶ୍ୱର ଡିସିପି ଜଗମୋହନ ମୀନଙ୍କ କଡା ନିଦେ୍ର୍ଦଶ । ଉଚ୍ଚ ଶବ୍ଦ ସମ୍ପନ୍ନ ବାଣ ଫୁଟାଇଲେ କଡା କାର୍ଯ୍ୟାନୁଷ୍ଠାନ । ଗ୍ରୀନ କ୍ରାକର ଫୁଟାଇବା ପାଇଁ ପୋଲିସର ଅନୁରୋଧ । ମଦ ପିଇ ଗାଡି ଚଳାଇଲେ ଅଟକ ରହିବେ ଚାଳକ । ସବୁ ଥାନାରେ ପାଟ୍ରୋଲିଂ ଭ୍ୟାନ ଆଲର୍ଟ ପାଇଁ ନିଦେ୍ର୍ଦଶ । ବେଆଇନ ବାଣ ବିକିଲେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଡିସିପି କହିଛନ୍ତି । ସବୁ ବାଣ ଦୋକାନ ଗୁଡିକରେ ପୋଲିସ ଯାଞ୍ଚ କରୁଛି । ଦୀପାବଳି ଦିନ ପୋଲିସ ସହର ସାରା ପେଟ୍ରୋଲିଂ କରିବାକୁ ସବୁ ଥାନା ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଡିସିପି.ଜଗମୋହନ ମିନା ।
ସେହିପରି ଚଳିତବର୍ଷ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ବାଣ ଫୁଟାଇବାର ସମୟକୁ ନେଇ କିଛି ଦିନ ପୂର୍ବରୁ ଗାଇଡଲାଇନ୍ ଆସିଥିଲା । ତେବେ ବାଣ ଫୁଟାଇବାର ସମୟ ସନ୍ଧ୍ୟା ୭ ଟାରୁ ୯ ଟା ପର୍ୟ୍ୟନ୍ତ ସୀମିତ ରଖିବାକୁ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ନିର୍ଦ୍ଦେଶାବଳୀ ଜାରି କରିଥିଲା । ଅଧିକ ଶବ୍ଦ ସୃଷ୍ଟି କରୁଥିବା ବାଣ ଫୁଟାଇବାକୁ ବର୍ଜନ କରାଯାଇଛି । ଲୋକେ ଯେଉଁ ବାଣ ଫୁଟାଇବେ ତା’ର ଶବ୍ଦ ୧୨୫ ଡେସିବଲରୁ ଅଧିକ ହୋଇପାରିବ ନାହିଁ ।
ଭୁବନେଶ୍ୱରରେ ରାତି ୯ ପରେ ବାଣଫୁଟା ବନ୍ଦ
Facebook
Twitter
LinkedIn
Facebook
Twitter
LinkedIn
Recent News
ଶୀତଦିନେ ଡାଏଟରେ ସାମିଲ କରନ୍ତୁ ଏହି ଜିନିଷ , ହାର୍ଟ ଓ ମସ୍ତଷ୍କ ପାଇଁ ଭଲ
ବ୍ୟୁରୋ : କାଜୁ ବାଦାମର ସ୍ୱାଦ ଏପରି ହୋଇଥାଏ ଯେ ଥରେ ଖାଇବା ଆରମ୍ଭ କରିବା ପରେ ଏହାକୁ ଛାଡିବାକୁ ଇଚ୍ଛା ହୁଏ ନାହିଁ । କିନ୍ତୁ...
ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ
ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...
ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା
ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...
ଗୃହରେ ପାଣ୍ଡିଆନ ତାତି
ଭୁବନେଶ୍ୱର : ମୁଲତବି ଆଲୋଚନା ବେଳେ ପୁଣି ଉଠିଲା ପାଣ୍ଡିଆନ ପ୍ରସଙ୍ଗ । ବିଜେଡି ବିଧାୟକଙ୍କୁ କାଗଜ ବାଘ କହି ତାଚ୍ଛଲ୍ୟ କଲେ ପ୍ରତାପ ଚନ୍ଦ୍ର ନାୟକ...











