ଭୁବନେଶ୍ୱର : ବିଏମସି ଅଞ୍ଚଳରେ ଅଛନ୍ତି ୪୭, ୧୨୬ ବୁଲା କୁକୁର । ୨୩, ୦୪୭ ଅଣ୍ଡିରା , ୧୫,୫୫୨ ମାଇ କୁକୁର ସହ ୧୧୨୪ଟି ଛୁଆ । ୪୦୬୮ ଅଣ୍ଡିରା କୁକୁର ଓ ୩୩୩୫ କରାଯାଇଛି । ଭୁବନେଶ୍ୱର ଜନସଂଖ୍ୟା ତୁଳନାରେ ବୁଲା କୁକୁରଙ୍କ ସଂଖ୍ୟା ୩.୨୬ ପ୍ରତିଶତ । ବିଏମସି ଅଞ୍ଚଳରେ ଜାତୀୟ ହାରଠାରୁ ବୁଲା କୁକୁର ସଂଖ୍ୟା ଅଧିକ । ଜାତୀୟ ହାର ପ୍ରତି ଏକ ହଜାର ଜନସଂଖ୍ୟାରେ ୧୧, ବିଏମସିରେ ୩୬ କୁକୁର । ସେପ୍ଟେମ୍ବର ୧୮ରୁ ୨୫ ଯାଏଁ ଦୁଇଟି ପର୍ଯ୍ୟାରେ ହୋଇଥିଲା ଗଣନା । ବିଏମ୍ ସି ଅଞ୍ଚଳରେ ଥିବା ୬୭ଟି ଓ୍ୱାର୍ଡର ସମସ୍ତ ଗଳିକନ୍ଦିରେ ଏହି କୁକୁର ଗଣନା କାର୍ୟ୍ୟ ଭୋର ୫ଟାରୁ ସକାଳ ୭ଟା ମଧ୍ୟରେ କରାଯାଇଥିଲା । ଏଥିପାଇଁ ବରିଷ୍ଠ ପଶୁ ଡାକ୍ତରଙ୍କ ତତ୍ୱାବଧାନରେ ସ୍ୱଚ୍ଛସାଥୀ, ସ୍ୱଚ୍ଛ ସୁପରଭାଇଜର, ସାନିଟାରୀ ଇନ୍ସପେକ୍ଟର, କମ୍ୟୁନିଟି ଅର୍ଗାନାଇଜର, ଡିଇଓ, ଏସ୍ଏମ୍ ଟିଏଙ୍କୁ ନେଇ ୪୧୦ଟି ଟିମ୍ ଗଠନ କରାଯାଇଥିଲା । ପ୍ରତି ଟିମରେ ଦୁଇ ଜଣ ଲେଖାଏଁ କର୍ମୀ ରହିଥିଲେ। ବୁଲା କୁକୁର ଗଣନା ପୂର୍ବରୁ ସେମାନଙ୍କୁ ଜୋନ୍ ସ୍ତରରେ ତାଲିମ ମଧ୍ୟ ଦିଆଯାଇଥିଲା ।
ଭୁବନେଶ୍ୱରରେ ୪୭, ୧୨୬ ବୁଲା କୁକୁର
Facebook
Twitter
LinkedIn
Facebook
Twitter
LinkedIn
Recent News
ଶୀତଦିନେ ଡାଏଟରେ ସାମିଲ କରନ୍ତୁ ଏହି ଜିନିଷ , ହାର୍ଟ ଓ ମସ୍ତଷ୍କ ପାଇଁ ଭଲ
ବ୍ୟୁରୋ : କାଜୁ ବାଦାମର ସ୍ୱାଦ ଏପରି ହୋଇଥାଏ ଯେ ଥରେ ଖାଇବା ଆରମ୍ଭ କରିବା ପରେ ଏହାକୁ ଛାଡିବାକୁ ଇଚ୍ଛା ହୁଏ ନାହିଁ । କିନ୍ତୁ...
ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ
ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...
ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା
ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...
ଗୃହରେ ପାଣ୍ଡିଆନ ତାତି
ଭୁବନେଶ୍ୱର : ମୁଲତବି ଆଲୋଚନା ବେଳେ ପୁଣି ଉଠିଲା ପାଣ୍ଡିଆନ ପ୍ରସଙ୍ଗ । ବିଜେଡି ବିଧାୟକଙ୍କୁ କାଗଜ ବାଘ କହି ତାଚ୍ଛଲ୍ୟ କଲେ ପ୍ରତାପ ଚନ୍ଦ୍ର ନାୟକ...











