ନୂଆଦିଲ୍ଲୀ : ବାଂଲାଦେଶର ଏକ ବ୍ୟବସାୟିକ ପ୍ରତିଷ୍ଠାନରେ ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡରେ ୪୪ ଜଣଙ୍କର ମୃତ୍ୟୁ ହୋଇଛି । ୨୦ ଜଣ ଗୁରୁତର । ଢାକାର ବେଲି ରୋଡ ସ୍ଥିତ ସାତମହଲା କୋଠାରେ ଅଗ୍ନିକାଣ୍ଡ । ପ୍ରଥମ ମହଲାରେ ଥିବା ଏକ ରେଷ୍ଟୁରାଣ୍ଟରୁ ନିଆଁ ବ୍ୟାପିଥିବା ସୂଚନା । ସୂଚନା ଅନୁଯାୟୀ, ବେଲି ରୋଡରେ ଥିବା ଏହି ବ୍ୟବସାୟିକ ପ୍ରତିଷ୍ଠାନରେ ନିଆଁ ଲାଗିଯାଇଥିଲା। ଏହି କୋଠାରେ ଏକାଧିକ ରେଷ୍ଟୁରାଣ୍ଟ ଥିବା ଜଣାପଡିଛି। ଅଗ୍ନିକାଣ୍ଡର ଖବର ପାଇବା ପରେ ଘଟଣାସ୍ଥଳରେ ପହଞ୍ଚିଥିଲେ ଅଗ୍ନିଶମବାହିନୀର ଏକାଧିକ ଟିମ୍। ସେଠାରେ ଫସିଥିବା ୭୦ ଜଣଙ୍କୁ ଉଦ୍ଧାର କରାଯାଇଥିଲା। ୪୨ ଜଣଙ୍କୁ ଚେତାଶୂନ୍ୟ ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ଘଟଣାସ୍ଥଳରେ ସୂଚନା ପାଇ ପହଞ୍ଚିଥିଲେ ବାଂଲାଦେଶ ସ୍ଵାସ୍ଥ୍ୟମନ୍ତ୍ରୀ। ଢାକା ମେଡିକାଲ କଲେଜ ହସ୍ପିଟାଲରେ ୩୩ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଶେଖ ହସିନା ଇନଷ୍ଟିଚ୍ୟୁଟରେ ଅନ୍ୟ ୧୦ ଜଣଙ୍କ ମୃତ୍ୟୁ ହୋଇଥିଲା। ସେଣ୍ଟ୍ରାଲ ପୋଲିସ ହସ୍ପିଟାଲରେ ଆଉ ଜଣଙ୍କର ମୃତ୍ୟୁ ଘଟିଥିଲା। ୪୪ ମୃତ୍ୟୁ ନେଇ ସ୍ପଷ୍ଟ କରିଛନ୍ତି ବାଂଲାଦେଶ ପୋଲିସ ଆଇଜି।
ଭୟାବହ ଅଗ୍ନିକାଣ୍ଡ: ୪୪ ମୃତ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











