The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ମଣ୍ଡଳ ସ୍ତରୀୟ ,ବିଜ୍ଞାନ ମେଳା ପାଇଁ ପ୍ରସ୍ତୁତି ବୈଠକ ।

Facebook
Twitter
LinkedIn

ମଣ୍ଡଳ ସ୍ତରୀୟ ବିଜ୍ଞାନ ମେଳା ପାଇଁ , ବସ୍ତା ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଆନୁଷ୍ଠାନିକ ଭାବେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ଗୋଷ୍ଠୀ ଆଞ୍ଚ୍ଚଳିକ ସାଧନା କେନ୍ଦ୍ରର ସଂଯୋଜକ ବିଜୟ କୁମାର ଜେନା ସଭାପତିତ୍ଵ କରିଥିବା ବେଳେ, ଅତିରିକ୍ତ ସହ ଗୋଷ୍ଠୀ ଶିକ୍ଷା ଅଧିକାରୀ ହରେନ୍ଦ୍ର ନାଥ ଗିରି, ବାସନ୍ତୀ ପୁଷ୍ଟି ,ବ୍ଲକ ବିଜ୍ଞାନ ସଂଯୋଜକ ସନ୍ତୋଷ କୁମାର ସାହୁ,ସମେତ ସମସ୍ତ ଆଞ୍ଚ୍ଚଳିକ ସାଧନା କେନ୍ଦ୍ରର ସଂଯୋଜକ ଓ ସମସ୍ତ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀ, ଶିକ୍ଷକ ସଂଘର କର୍ମକର୍ତ୍ତା ଉପସ୍ଥିତ ରହି, ପାଉଁଶକୁଲି ଶ୍ରୀନାଥ ଚନ୍ଦ୍ର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପରିସରରେ ଆସନ୍ତା ୨୧ ଓ ୨୨ତାରିଖ ଦୁଇଦିନିଆ ବିଜ୍ଞାନ ମେଳା ଅନୁଷ୍ଠିତ ହେବ ବୋଲି ନିଷ୍ପତି ନିଆଯାଇଛି। ୨୧ ତାରିଖ ରବିବାର ଉଦ୍ଘାଟନୀ ଉତ୍ସବ ୨୨ ତାରିଖ ସୋମବାର ଉଦ୍ଘାଟନୀ ଉତ୍ସବ ହେବାର କାର୍ଯ୍ୟକ୍ରମ ରହିଛି। ଏହି ନିଷ୍ପତ୍ତିକୁ ପାଉଁଶକୁଲି ଶ୍ରୀନାଥ ଚନ୍ଦ୍ର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଅସିତ୍ କୁମାର ଦାସ ସ୍ଵାଗତ କରିବା ସହିତ ସହମତି ପ୍ରକାଶ କରିଥିବା ବେଳେ,ବ୍ଲକ ବିଜ୍ଞାନ ସଂଯୋଜକ ସନ୍ତୋଷ କୁମାର ସାହୁ ଧନ୍ୟବାଦ୍ ଅର୍ପଣ କରିଥିଲେ ।

ବସ୍ତାରୁ ଅଜିତ୍ କୁମାର ସାହୁ,
ଶପଥ ନିଉଜ୍।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଟେକ ଅଫ ସମୟରେ ରନୱେରୁ ଖସିଲା ପ୍ରାଇଭେଟ ଜେଟ

ଟେକ ଅଫ ସମୟରେ ରନୱେରୁ ଖସିଲା ପ୍ରାଇଭେଟ ଜେଟ

ୟୁପି : ଉତ୍ତରପ୍ରଦେଶର ଫର୍ରୁଖାବାଦ୍ ଜିଲ୍ଲାରେ ଟଳିଲା ବଡ଼ ବିମାନ ଦୁର୍ଘଟଣା । କୋତୱାଲି ମହମ୍ମଦାବାଦ ଏୟାରଷ୍ଟ୍ରିପରେ ଉଡ଼ାଣ ଭରିବା ସମୟରେ ଏକ ଘରୋଇ ଜେଟ୍ ନିୟନ୍ତ୍ରଣ...

ADVERTISEMENT
ଐତିହାସିକ କଟକ ବାଲିଯାତ୍ରାକୁ ମିଳିଲା ଜାତୀୟ ମାନ୍ୟତା

ଉପର ପଡିଆରେ ହେବ ବାଲିଯାତ୍ରା , ଲୋକଙ୍କ ଭାବାବେଗ ଓ ପରମ୍ପରାକୁ ଦେଖି ଗ୍ରହଣ କଲେ ହାଇକୋର୍ଟ

କଟକ : ଉପର ପଡିଆରେ ହେବ ଐତିହାସିକ ବାଲିଯାତ୍ରା । ଏ ନେଇ ହାଇକୋର୍ଟଙ୍କୁ ସତ୍ୟପାଠ ଦେଲା ଜିଲ୍ଲା ପ୍ରଶାସନ । ଲୋକଙ୍କ ଭାବାବେଗ ଓ ପରମ୍ପରାକୁ...

Login