କୋଲକତା : ମାନୁନାହାଁନ୍ତି ମମତା । ଜିଦରେ ଅଟଳ ଦିଦି । ନାଲି ଆଖି ଦେଖାଇଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ଦୀଘାରେ ଲଗାଇଲେ ସ୍ଥାୟୀ ଜଗନ୍ନାଥ ଧାମ ହୋର୍ଡିଂ । ଦୀଘା ମନ୍ଦିର ସାମ୍ନାରେ ଲାଗିଲା ହୋର୍ଡିଂ । ମନ୍ଦିର ସାମ୍ନାରେ ବଡ ବଡ ଅକ୍ଷରରେ ଲଗାଗଲା ହୋର୍ଡିଂ । ରାତାରାତି ହୋର୍ଡିଂ ଲଗାଇଲା ପଶ୍ଚିମବଙ୍ଗ ପ୍ରଶାସନ । ପୂର୍ବରୁ ମନ୍ଦିରରେ ଅସ୍ଥାୟୀ ହୋର୍ଡିଂ ଲଗାଯାଇଥିଲା । ଜଗନ୍ନାଥ ଧାମ ବିବାଦ ମଧ୍ୟରେ ହୋର୍ଡିଂ ଲଗାଇଲେ ମମତା । ଦୀଘାରେ ଜଗନ୍ନାଥ ମନ୍ଦିର ସମ୍ମୁଖରେ ପୁଣି ବଡ ବଡ ଅକ୍ଷରରେ ଜଗନ୍ନାଥ ଧାମ ପୋଷ୍ଟର ମରାଯାଇଛି । ଦୀଘା ଜଗନ୍ନାଥ ମନ୍ଦିର ଉଦ୍ ଘାଟନ ସମୟରେ ଯେଉଁ ଅସ୍ଥାୟୀ କାଗଜ ଓ ଥର୍ମାକୋଲରେ ସେଲ୍ଫି ପଏଣ୍ଟ କରାଯାଇଥିଲା ସେଥିରେ ଦୀଘା ଜଗନ୍ନାଥ ଧାମ ଲେଖାଥିଲା । କିନ୍ତୁ ପରବର୍ତ୍ତୀ ସମୟରେ ଜଗନ୍ନାଥ ଧାମ ଶବ୍ଦକୁ ହଟାଇବା ପାଇଁ ଜୋରଦାର ପ୍ରତିବାଦ ଓ ବିବାଦ ଦେଖିବାକୁ ମିଳିଥିଲା । ଏହାରି ଭିତରେ ଗତକାଲି ବିଜେପିର ଆଇଟି ସେଲ ମୁଖ୍ୟ ଅମିତ ମାଲବ୍ୟ ଟୁଇଟ କରି ମମତା ଜଗନ୍ନାଥ ଧାମ ଉଠାଇ ନେଇଥିବା ପୋଷ୍ଟ କରିଥିଲେ ।
ମମତାଙ୍କ ନାଲି ଆଖି : ଦୀଘାରେ ସ୍ଥାୟୀ ଜଗନ୍ନାଥ ଧାମ ହୋର୍ଡିଂ

Facebook
Twitter
LinkedIn
Facebook
Twitter
LinkedIn
Recent News
ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ
ନୂଆଦିଲ୍ଲୀ : ବାଗେଶ୍ୱର ଧାମରେ ଭୁଶୁଡିଲା କୋଠା । ମଧ୍ୟପ୍ରଦେଶ ଛତରପୁର ଜିଲ୍ଲା ବାଗେଶ୍ୱର ଧାମନିକଟରେ ଥିବା ଏକ ଢାବାରେ କାନ୍ଥ ଭୁଶୁଡିପଡିଛି । ଏହି ଘଟଣାରେ...
ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ
ନୂଆଦିଲ୍ଲୀ : ଆମେରିକାରେ ପୁଣି ଥରେ ଗୁଳିକାଣ୍ଡର ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ସୋମବାର ସକାଳେ ଦକ୍ଷିଣ ଫିଲାଡେଲଫିଆର ଏକ ଅଞ୍ଚଳରେ ଗୁଳିକାଣ୍ଡ...
ଜଙ୍ଗଲରୁ ମାଓ କ୍ୟାମ୍ପ ଠାବ
ନୂଆପଡା : ଜଙ୍ଗଲରୁ ମାଓ କ୍ୟାମ୍ପ ଠାବ । ନୂଆପଡ଼ା ନାରାୟଣ ଡୋଙ୍ଗରୀ ସଂରକ୍ଷିତ ଜଙ୍ଗଲରୁ ଠାବ ହୋଇଛି ମାଓ କ୍ୟାମ୍ପ । ଯବାନଙ୍କୁ ଟାର୍ଗେଟ କରି...
୧୪ ଦେଶକୁ ଟ୍ରମ୍ପଙ୍କ ଟାରିଫ ମାଡ
ନୂଆଦିଲ୍ଲୀ : ୧୪ ଟି ଦେଶ ଉପରେ ନୂଆ ଟାରିଫ ପ୍ଲାନ ଘୋଷଣା । ଅଗଷ୍ଟ ୧ ତାରିଖରୁ ଲାଗୁ ହେବ ନୂଆ ଟାରିଫ ।େ୧୪ ଦେଶକୁ...