The Ultimate Managed Hosting Platform
ADVERTISEMENT

ମହଙ୍ଗା ମାଡ଼ ଜାରି

Facebook
Twitter
LinkedIn

ରାତି ପାହିଲା ମାତ୍ରେ ମହଙ୍ଗା ହେଉଛି ପେଟ୍ରୋଲ ଓ ଡିଜେଲ ଦର। ୧୪ ଦିନ ମଧ୍ୟରେ ଆଜି ୧୨ଥର ପାଇଁ ବଢ଼ିଛି ତୈଳଦର। ସୋମବାର ପେଟ୍ରୋଲ ଓ ଡିଜେଲ ଲିଟର ପିଛା ୪୦ ପଇସା ବୃଦ୍ଧି ପାଇଛି। ଏହାକୁ ମିଶାଇ ୨ ସପ୍ତାହ ମଧ୍ୟରେ ଉଭୟ ପେଟ୍ରୋଲ ଓ ଡିଜେଲ ପ୍ରାୟ ୮.୪୦ ଟଙ୍କା ବଢ଼ିଲାଣି। ବର୍ଦ୍ଧିତ ଦର ପରେ ଆଜି ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୧୦୩. ୮୧ ଟଙ୍କା ଓ ଡିଜେଲ ଲିଟର ପିଛା ୯୫.୦୭ ଟଙ୍କାରେ ବିକ୍ରି ହେଉଛି। ରବିବାର ଦିଲ୍ଲୀରେ ପେଟ୍ରୋଲର ଲିଟର ପିଛା ଦାମ ୧୦୩.୪୧ ଟଙ୍କା ଓ ଡିଜେଲ ୯୪.୬୭ ଟଙ୍କା ରହିଥିଲା। ମୁମ୍ବାଇରେ ସୋମବାର ପେଟ୍ରୋଲ ଲିଟର ପିଛା ୪୨ ପଇସା ବଢ଼ିଛି। ‍ଫଳରେ ଏଠାରେ ପେଟ୍ରୋଲ ଲିଟର ୧୧୮.୮୩ ଟଙ୍କାରେ ପହଞ୍ଚିଛି।

ସେହିପରି ଡିଜେଲ ଲିଟର ପିଛା ୪୩ ପଇସା ବଢ଼ିବାରୁ ଏହାର ଦାମ ୧୦୩.୦୭ ଟଙ୍କା ଛୁଇଁଛି। ଚେନ୍ନାଇରେ ପେଟ୍ରୋଲର ଲିଟର ପିଛା ଦାମ ୧୦୯.୩୪ ଟଙ୍କା ଓ ଡିଜେଲ ୯୯.୪୨ ଟଙ୍କା ରହିଛି। କୋଲକାତାରେ ପେଟ୍ରୋଲ ୪୨ ପଇସା ଓ ଡିଜେଲ ୪୦ ପଇସା ମହଙ୍ଗା ହୋଇଛି। ବର୍ଦ୍ଧିତ ଦର ପରେ କୋଲକାତାରେ ପେଟ୍ରୋଲ ଲିଟର ପିଛା ୧୧୩.୪୫ ଟଙ୍କା ଓ ଡିଜେଲ ୯୩.୨୩ ଟଙ୍କା ହୋଇଛି।

ଗୁଡ ରିଟର୍ନସର ରିପୋର୍ଟ ଅନୁଯାୟୀ, ଆଜି ଭୁବନେଶ୍ୱରରେ ପେଟ୍ରୋଲ ଓ ଡିଜେଲ ୨ ପଇସା ଲେଖାଏ ବଢ଼ିଛି। ଫଳରେ ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୧୧୦.୭୮ ଟଙ୍କା ଓ ଡିଜେଲ ଲିଟର ପିଛା ୧୦୦.୫୩ ଟଙ୍କାରେ ବିକ୍ରି ହେଉଛି।

ସୂଚନାଯୋଗ୍ୟ, ଗତବର୍ଷ ନଭେମ୍ବର ୪ ତାରିଖ ଠାରୁ ଦେଶରେ ତୈଳଦର ଅପରିବର୍ତ୍ତିତ ରହିଥିଲା। ତେବେ ମାର୍ଚ୍ଚ ୨୨ରୁ ପୁଣି ଉଭୟ ପେଟ୍ରୋଲ ଓ ଡିଜେଲ ଦାମ ବଢ଼ିବାରେ ଲାଗିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login