ମହାକାଳପଡା : ମହାକାଳପଡା ତହସିଲଦାର ଶିବ ମଲ୍ଲିକ ଗିରଫ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ କଲା ଭିଜିଲାନ୍ସ । ତହସିଲଦାରଙ୍କ ଆୟ ଠାରୁ ୧୯୦ ସମ୍ପତ୍ତି ଅଧିକ ଥିବା ସୂଚନା । କାଲି ରେଡ ବେଳେ ବିପୁଳ ସମ୍ପତ୍ତି ଠାବ କରିଥିଲା ଭିଜିଲାନ୍ସ । ୪ କୋଠା, ୭ ପ୍ଲଟ, ୧୮ ଲକ୍ଷ ଜମା , ନଗଦ ଦେଢ ଲକ୍ଷ ଟଙ୍କା ଜବତ କରିଥିଲା ଭିଜିଲାନ୍ସ । ଗତ ୨୪ ତାରିଖରେ ଗିରଫ କରି କୋର୍ଟ ଚାଲାଣ କରିଥିଲା ଭିଜିଲାନ୍ସ । ଆୟର ୧୯୦ ପ୍ରତିଶତ ଅଧିକ ସମ୍ପତ୍ତି ଠୁଳ କରିଛନ୍ତି ଶିବ ମଲ୍ଲିକ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ମାମଲାରେ କଟକ ଭିଜିଲାନ୍ସ ଥାନାରେ ରୁଜୁ ହୋଇଛି ମାମଲା ।
Views: 59











