The Ultimate Managed Hosting Platform
ADVERTISEMENT

ମହାପ୍ରଭୁଙ୍କର ଅଣସର ଘରେ ଚାଲିଛି ଗୁପ୍ତସେବା, ଆଜି ଲାଗିହେବ ଓଷ

Facebook
Twitter
LinkedIn

ପୁରୀ: ଅଣସର ଘରେ ଚାଲିଛି ଗୁପ୍ତସେବା । ସ୍ନାନପୂର୍ଣ୍ଣିମାରେ ୧୦୮ ଗଡ଼ୁ ଜଳରେ ସ୍ନାନ କରିବାପରେ ଜ୍ବରରେ ପଡ଼ିଛନ୍ତି ଶ୍ରୀଜିଉ । ମହାପ୍ରଭୁଙ୍କ ସେବାରେ ଲାଗିପଡ଼ିଛନ୍ତି ଦଇତାପତି ସେବାୟତ । ମହାପ୍ରଭୁଙ୍କ ସୁସ୍ଥତା ପାଇଁ ଶ୍ରୀଅଙ୍ଗରେ ଲାଗି ହୋଇଛି ଫୁଲୁରୀ ତେଲ । ପୂର୍ବ ପରମ୍ପରା ଅନୁଯାୟୀ ସ୍ବତନ୍ତ୍ର ଭାବେ ପ୍ରସ୍ତୁତ ହୋଇଥିବା ଫୁଲୁରୀ ତେଲ ବଡ଼ଓଡ଼ିଆ ମଠ ଯୋଗାଇଦେଇଥିଲା । ରାଶିତେଲରେ ବିଭିନ୍ନ ପ୍ରକାର ଚେର, ଔଷଧୀୟ ଫୁଲ ମିଶାଇ ଗୋଟିଏ ବର୍ଷତଳୁ ମାଟିତଳେ ପୋତାଯାଇଥାଏ । ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ସେବାୟତ ଏହି ଫୁଲୁରୀ ତେଲ ଲାଗି କରିଛନ୍ତି । ଆଜି ଷଷ୍ଠୀରେ ଲାଗି ହେବ ଓଷ । ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ବେହରଣ ଦ୍ବାର ଦେଇ ଦଇତାପତି ପ୍ରବେଶ କରି ଓଷ ଲାଗି କରିବେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ବାଥରୁମରେ ପଡି ଝାଡଖଣ୍ଡ ଶିକ୍ଷାମନ୍ତ୍ରୀ ଆହତ

ବାଥରୁମରେ ପଡି ଝାଡଖଣ୍ଡ ଶିକ୍ଷାମନ୍ତ୍ରୀ ଆହତ

ଝାଡଖଣ୍ଡ : ଝାଡ଼ଖଣ୍ଡ ସରକାରଙ୍କ ଶିକ୍ଷାମନ୍ତ୍ରୀ ରାମଦାସ ସୋରେନ ଗୁରୁତର ଆହତ । ଗତକାଲି ରାତିରେ ବାସଭବନରେ ମନ୍ତ୍ରୀ ବାଥରୁମରେ ପଡିଯାଇଥିଲେ । ଫଳରେ ତାଙ୍କ ମୁଣ୍ଡରେ...

ମଧ୍ୟାହ୍ନ ଭୋଜନରେ ଝିଟିପିଟି ; ଛାତ୍ରଛାତ୍ରୀ ଅସୁସ୍ଥ

ମଧ୍ୟାହ୍ନ ଭୋଜନରେ ଝିଟିପିଟି ; ଛାତ୍ରଛାତ୍ରୀ ଅସୁସ୍ଥ

ଟିଟିଲାଗଡ : ମଧ୍ୟାହ୍ନ ଭୋଜନରେ ଝିଟିପିଟି । ମଧ୍ୟାହ୍ନ ଭୋଜନ ଖାଇ ଛାତ୍ରଛାତ୍ରୀ ଅସୁସ୍ଥ । ଟିଟିଲାଗଡ଼ ଉପଖଣ୍ଡ ଅନ୍ତର୍ଗତ ମୁରିବାହାଲ ବ୍ଲକ ବଡ଼ତେନ୍ତୁଳିଖୁଣ୍ଟି ଗାଁର ସରକାରୀ...

Login