The Ultimate Managed Hosting Platform
ADVERTISEMENT

ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା : ନରେନ୍ଦ୍ର ପୁଷ୍କରିଣୀରୁ କଢାଗଲା ୫ ଡଙ୍ଗା

Facebook
Twitter
LinkedIn

ଭୁବନେଶ୍ୱର : ଆସନ୍ତା ଏପ୍ରିଲ ୩୦ ତାରିଖରେ ପବିତ୍ର ଅକ୍ଷୟ ତୃତୀୟା ପାଳନ ହେବାକୁ ଯାଉଛି । ଏହି ଦିନ ରଥ ନିର୍ମାଣ ଶୁଭାରମ୍ଭ ସହ ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ଚନ୍ଦନ ଯାତ୍ରା ଆରମ୍ଭ ହୋଇଥାଏ । ମହାପ୍ରଭୁ ନରେନ୍ଦ୍ର ସରୋବରରେ ୨୧ ଦିନ ବ୍ୟାପୀ ଜଳକ୍ରୀଡା କରିବେ । ଗତକାଲି ନରେନ୍ଦ୍ର ପୁଷ୍କରିଣୀ ଜଳ ଭିତରେ ଥିବା ମହାପ୍ରଭୁଙ୍କ ଚାପ ଡଙ୍ଗାକୁ ଭୋଇ ସେବକମାନେ ବାହାର କରିିଛନ୍ତି । ମହାରଣା ସେବକମାନେ ଏହାକୁ ମରାମତି କରିବା ପରେ ଚାପ ଡଙ୍ଗା ଗୁଡ଼ିକ ପ୍ରସ୍ତୁତ ହେବ ।ସେପଟେ ଚନ୍ଦନ ଯାତ୍ରାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଗତକାଲି ଭୋଇ ସର୍ଦ୍ଦାର ରବି ଭୋଇଙ୍କ ତତ୍ତ୍ଵାବଧାନରେ ଭୋଇ ସେବକ ନନ୍ଦା, ଭଦ୍ରା ଓ ବୈଜୟନ୍ତରୀ ସମୁଦାୟ ୫ଟି ଡଙ୍ଗାକୁ ପାଣି ଭିତରୁ କାଢ଼ିଛନ୍ତି । ଏହି ଡଙ୍ଗା ଗୁଡିକୁ ଖରାରେ ଶୁଖାଯିବା ପରେ ପିଚୁ ରାଳ ଦିଆଯାଇ ମରାମତି କରାଯିବ ।ପରମ୍ପରା ଅନୁଯାୟୀ ଗତକାଲି ଚୈତ୍ର ପୂର୍ଣ୍ଣିମା ଅବସରରେ ନରେନ୍ଦ୍ର ପୁଷ୍କରିଣୀରେ ବର୍ଷ ସାରା ବୁଡ଼ି ରହିଥିବା ନନ୍ଦା ଓ ଭଦ୍ରା ଚାପ ଡଙ୍ଗା ସମେତ ଅନ୍ୟ ଡଙ୍ଗାକୁ ଭୋଇ ସେବାୟତ ବାହାର କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login