ପୁରୀ : ଆଜିଠୁ ୩ ଦିନ ଧରି ରାଜ୍ୟରେ ଅନୁଷ୍ଠିତ ହେବ ପ୍ରବାସୀ ଭାରତୀୟ ଦିବସ । ୧୮ ତମ ପ୍ରବାସୀ ଭାରତୀୟ ସମ୍ମେଳନ ପାଇଁ ଉତ୍ସବ ମୁଖର ରାଜଧାନୀ । ସମ୍ମିଳନୀରେ ଯୋଗଦେବାକୁ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି ପ୍ରବାସୀ ଭାରତୀୟ । ସପରିବାର ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ମହାଲକ୍ଷ୍ମୀ ମନ୍ଦିର, ବିମଳା ମନ୍ଦିର ଏବଂ ପାର୍ଶ୍ଵ ଦେବଦେବୀଙ୍କୁ ଦର୍ଶନ କରି ବେଶ ଖୁସି ବ୍ୟକ୍ତ କରିଛନ୍ତି । ଅନେକ ପ୍ରବାସୀ ଭାରତୀୟ ପ୍ରଥମ ଥର ଶ୍ରୀ ମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରି ବେଶ ଆନନ୍ଦ ଲାଭ କରିଛନ୍ତି । ପ୍ରବାସୀ ଭାରତୀୟ ଦିବସ ଓଡିଶାରେ ଆୟୋଜିତ ହୋଇଥିବା ଯୋଗୁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି ପ୍ରବାସୀ ଭାରତୀୟ । ଓଡିଶାକୁ ଆସି ଓଡିଶା ପରମ୍ପରା ଏବଂ ଓଡିଶାର କଳାକୃତିକୁ ପ୍ରଶଂସା କରିଛନ୍ତି । ଶ୍ରୀମନ୍ଦିର ଆସିଥିବା ପ୍ରବାସୀ ଭାରତୀୟଙ୍କୁ ଶ୍ରୀ ମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱାଗତ କରାଯାଉଛି । ଅନ୍ୟପଟେ ପ୍ରବାସୀ ଭାରତୀୟ ସମ୍ମିଳନୀ ପାଇଁ ପୁରୀର ସ୍ୱର୍ଣ୍ଣାଭ ବେଳାଭୂମିରେ ଆୟୋଜିତ ବେଳାଭୂମି ମହୋତ୍ସବରେ ମତୁଆଲା ହୋଇଛନ୍ତି ପୁରୀ ବାସିନ୍ଦାଙ୍କ ସହ ପର୍ୟ୍ୟଟକ। ପ୍ରବାସୀ ଭାରତୀୟଙ୍କୁ ମନୋରଞ୍ଜନର ସମ୍ପୂର୍ଣ୍ଣ ଖୋରାକ ଯୋଗାଇ ଦେବା ସହ ଓଡ଼ିଶାର ସଂସ୍କୃତି,ପରମ୍ପରା ଓ ଐତିହ୍ୟ ସମ୍ପର୍କରେ ସୁଖଦ ଅନୁଭୂତି ଦେବା ପାଇଁ ଏହି ମହୋତ୍ସବ ଆରମ୍ଭ ହୋଇଛି। ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏହାକୁ ଉଦଘାଟନ କରିଥିଲେ।
ମହାପ୍ରଭୁଙ୍କ ଦର୍ଶନ ପାଇଁ ପୁରୀରେ ପ୍ରବାସୀ ଭାରତୀୟଙ୍କ ଭିଡ

Facebook
Twitter
LinkedIn
Facebook
Twitter
LinkedIn
Recent News
ଯାତ୍ରୀବାହୀ ବସରେ ଲାଗିଲା ନିଆଁ
ରାଜସ୍ଥାନ : ଯାତ୍ରୀବାହୀ ବସରେ ଲାଗିଲା ନିଆଁ । ବସରେ ୫୭ ଜଣ ଯାତ୍ରୀ ରହିଥିଲେ । ଏମାନଙ୍କ ମଧ୍ୟରୁ ୧୦-୧୫ ଜଣ ଲୋକଙ୍କ ମୃତ୍ୟୁ ହୋଇଥିବା...
ନୂଆପଡା ଉପନିର୍ବାଚନ ; କିଏ ହେବେ ବିଜେଡିରୁ ପ୍ରାର୍ଥୀ ?
ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ବିଜେଡିରୁ ପ୍ରାର୍ଥୀ କିଏ ହେବେ ତାକୁ ନେଇ ଚର୍ଚ୍ଚା । ୪ରୁ ୫ ଜଣଙ୍କ ନାଁ ତାଲିକାଭୁକ୍ତ ହୋଇଥିବା ବେଳେ...
ସିରିଜ ପୋଛିନେଲା ଭାରତ , ୭ ୱିକେଟରେ ୱେଷ୍ଟିଣ୍ଡିଜକୁ ହରାଇଲା
ନୂଆଦିଲ୍ଲୀ : ୭ ୱିକେଟରେ ଭାରତ ଜିତି ୨-୦ ସିରିଜ କବଜା କରିଛି । ୱେଷ୍ଟଇଣ୍ଡିଜ ଦ୍ବିତୀୟ ଇନିଂସରେ ୩୯୦ ରନ୍ କରି ଭାରତକୁ ୧୨୧ ରନର...
କୋଲ୍ଡରିଫ ସମେତ ଏ ସମସ୍ତ ସିରପକୁ ବିଷାକ୍ତ କହିଲା “ହୁ”
ନୂଆଦିଲ୍ଲୀ : କୋଲ୍ଡରିଫ୍ ସମେତ ରେସପିଫ୍ରେସ୍ ଟିଆର ଓ ରିଲିଫ୍ ସିରପକୁ ବିଷାକ୍ତ କହିଲା ହୁ । ଏହି ୩ କଫ୍ ସିରପରେ ଡାଇଏଥିଲିନ୍ ଗ୍ଲାଇକୋଲ ଓ...