ମୁମ୍ବାଇ : ମହାରାଷ୍ଟ୍ର ଟ୍ରେନ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୧୩କୁ ବୃଦ୍ଧି । ଗତକାଲି ଜଲଗାଁଓ ଜିଲ୍ଲାରେ ବଡ ଧରଣର ଦୁର୍ଘଟଣା ହୋଇଥିଲା । ପୁଷ୍ପକ ଏକ୍ସପ୍ରେସର ଯାତ୍ରୀଙ୍କୁ ଧକ୍କା ଦେଇଥିଲା କର୍ଣ୍ଣାଟକ ଏକ୍ସପ୍ରେସ । ପୁଷ୍ପକ ଏକ୍ସପ୍ରେସରେ ନିଆଁ ଲାଗିବା ଶୁଣି ଡେଇଁ ପଡିଥିଲେ ଯାତ୍ରୀ । ସେଣ୍ଟ୍ରାଲ ସର୍କଲ ରେଲଓ୍ବେ ସେଫ୍ଟି କମିଶନର ଘଟଣାସ୍ଥଳକୁ ଯାଇ ତଦନ୍ତ ଆରମ୍ଭ କରିଛନ୍ତି । କିଭଳି ଭାବେ ଏତେ ବଡ ଅଘଟଣ ଘଟିଲା ଏବଂ କିଏ ନିଆଁ ଲାଗିଥିବା ଗୁଜବ ଖବର ଦେଇଥିଲା , ସେ ସବୁକୁ ଯାଞ୍ଚ କରାଯାଉଛି । ଏହି ଦୁର୍ଘଟଣାରେ ମୃତକଙ୍କ ପାଇଁ ରେଳ ବିଭାଗ ପକ୍ଷରୁ ଦେଢ ଲକ୍ଷ ଓ ମହାରାଷ୍ଟ୍ର ସରକାରଙ୍କ ତରଫରୁ ୫ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କରାଯାଇଛି ।ମୁମ୍ବାଇ ରେଳ ଅଧିକାରୀଙ୍କ ସୂଚନା ଅନୁସାରେ, ଗତକାଲି ଲକ୍ଷ୍ନୌରୁ ମୁମ୍ବାଇ ଯାଉଥିବା ପୁଷ୍ପକ ଏକ୍ସପ୍ରେସ ଜଲଗାଓଁ ଅତିକ୍ରମ କରୁଥିବା ବେଳେ ଗୋଟିଏ ବଗିରେ ନିଆଁ ଲାଗି ଯାଇଥିବା କଥା ପ୍ରଚାର କରାଯାଇଥିଲା । ନିଆଁ ଲାଗିବା କଥା ଶୁଣି ଲୋକଙ୍କ ମଧ୍ୟରେ ଆତଙ୍କ ଖେଳି ଯାଇଥିଲା । ଏଥିପାଇଁ କିଛି ଯାତ୍ରୀ ଟ୍ରେନକୁ ଅଟକାଇବା ପାଇଁ ଚେନ୍ ଭିଡ଼ି ଦେଇଥିଲେ। ଏହି ସମୟରେ ସନ୍ନିକଟ ଲାଇନ୍ରେ ବିପରୀତ ଦିଗରୁ ଦ୍ରୁତ ଗତିରେ ଆସୁଥିବା ବେଙ୍ଗାଲୁରୁ-ଦିଲ୍ଲୀ କର୍ଣ୍ଣାଟକ ଏକ୍ସପ୍ରେସ୍ ଟ୍ରେନ୍ ସହ ଧକ୍କା ହୋଇ ବର୍ତ୍ତମାନ ସୁଦ୍ଧା ୧୩ ଜଣଙ୍କ ଜୀବନ ଯାଇଥିବା ବେଳେ ଅନେକ ଆହତ ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।
ମହାରାଷ୍ଟ୍ର ଟ୍ରେନ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୧୩କୁ ବୃଦ୍ଧି

Facebook
Twitter
LinkedIn
Facebook
Twitter
LinkedIn
Recent News
ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ
ବିହାର : ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ । ବିହାର ସିବାନ ଜିଲ୍ଲାରେ ଘଟିଛି ଏହି ଘଟଣା । ଭଗବାନପୁର...
ରୋହିଙ୍ଗ୍ୟା ସନେ୍ଦହରେ ପ୍ରାୟ ୪୪୦ ଅଟକ
ଝାରସୁଗୁଡା : ଝାରସୁଗୁଡ଼ାରେ ରୋହିଙ୍ଗ୍ୟା । ରୋହିଙ୍ଗ୍ୟା ସନ୍ଦେହରେ ପ୍ରାୟ ୪୪୦ ଜଣ ଅଟକ। ଝାରସୁଗୁଡାର ବ୍ଲାକ ଡାଇମଣ୍ଡ ସ୍କୁଲ ଓ ଏକ କଲ୍ୟାଣ ମଣ୍ଡପରେ ଅଟକମାନଙ୍କୁ...
ଆସନ୍ତାକାଲି ଭାରତ ବନ୍ଦ, ମିଳିତ ମଞ୍ଚର ଧର୍ମଘଟ ଡାକରା
ନୂଆଦିଲ୍ଲୀ : ଆସନ୍ତାକାଲି ଭାରତ ବନ୍ଦ । ୨୫ କୋଟିରୁ ଅଧିକ ଶ୍ରମିକ, ଯେଉଁମାନେ ବ୍ୟାଙ୍କିଙ୍ଗ, ଡାକ ସେବା, ଖଣି, ନିର୍ମାଣ ଓ ପରିବହନ ଭଳି ସରକାରୀ...
ଆସାମରେ ଭୂକମ୍ପର ଝଟକା
ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...