ଦେବଗଡ : ଘରୁ ଟାଣି ମହିଳାଙ୍କୁ ଦଳି ମାରିଲା ଦନ୍ତା ହାତୀ । କୁଣ୍ଢେଇଗୋଳା ଫରେଷ୍ଟ ସେକ୍ସନ ତିଳେଇପଶି ଗାଁରେ ଦନ୍ତା ଆତଙ୍କ । ଦନ୍ତା ଆକ୍ରମଣରେ ସ୍ୱାମୀ ଓ ଦୁଇ ପୁଅ ଗୁରୁତର ଆହତ । ସୂଚନାନୁଯାୟୀ, ତିଳେଇପଶି ଗୁଦୁରାସାହିରେ ମହିଳା ଜଣକ ଶୋଇଥିବା ବେଳେ ବିଳମ୍ବିତ ରାତିରେ ଦନ୍ତା ଘର ଭାଙ୍ଗିଦେଇଥିଲା । ଏହାପରେ ମହିଳାଙ୍କୁ ଦଳି ଚକଟି ମାରିଦେଇଥିଲା । ଏହି ଘଟଣାରେ ଅଳ୍ପକେ ବର୍ତ୍ତିଯାଇଛନ୍ତି ସ୍ୱାମୀ ଓ ଦୁଇ ପୁଅ । ତେବେ ହାତୀର ଏହି ଉତ୍ପାତକୁ ନେଇ ଅଞ୍ଚଳରେ ତୀବ୍ର ଅସନ୍ତୋଷ ଦେଖାଦେଇଛି । ଘଟଣାସ୍ଥଳରେ ବନବିଭାଗ ଓ ପୋଲିସର ତଦନ୍ତ ଜାରି ରହିଛି ।
Views: 37