ଭୁବନେଶ୍ୱର : ମହିଳା ସରକାରୀ କର୍ମଚାରୀଙ୍କୁ ମିଳିବ ଅଧିକ ୧୦ ଦିନ ଛୁଟି । ବାର୍ଷିକ ୧୫ ଦିନ ଛୁଟି ପାଉଥିଲେ । ଏଣିକି ୨୫ ଦିନ ପାଇବେ । ଅତିରିକ୍ତ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମହିଳାମାନଙ୍କ ପାରିବାରିକ ଦାୟିତ୍ୱ ଓ ବିଭିନ୍ନ ସମସ୍ୟକୁ ଆଖି ଆଗରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି। ସୂଚନାଯୋଗ୍ୟ ଯେ ୯୦ ଦଶକରେ ମହିଳାମାନଙ୍କ ପାଇଁ ସରକାରୀ ଚାକିରିରେ ୩୩% ସ୍ଥାନ ସଂରକ୍ଷଣ ଭଳି ଯୁଗାନ୍ତକାରୀ ପଦକ୍ଷେପ ଗ୍ରହଣ କରିବାରେ ଓଡିଶା ଥିଲା ଦେଶର ପ୍ରଥମ ରାଜ୍ୟ।
Views: 125











