The Ultimate Managed Hosting Platform
ADVERTISEMENT

ମହେଶ୍ୱର ମହାନ୍ତିଙ୍କ ବିୟୋଗରେ ବହୁ ବିଶିଷ୍ଟ ବ୍ୟକ୍ତିଙ୍କ ଶୋକ

Facebook
Twitter
LinkedIn

ଭୁବନେଶ୍ୱର : ମହେଶ୍ୱର ମହାନ୍ତିଙ୍କ ପରଲୋକରେ ବିଶିଷ୍ଟ ବ୍ୟକ୍ତିଙ୍କ ଶୋକ ପ୍ରକାଶ । ଶୋକ ପ୍ରକାଶ କଲେ ଛତିଶଗଡ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ।୬୭ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ପୂର୍ବତନ ବାଚସ୍ପତି ମହେଶ୍ବର ମହାନ୍ତିଙ୍କ ପରଲୋକ ହୋଇଛି।ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ରାଜ୍ୟପାଳ ରଘୁବର ଦାସ।ବାଚସ୍ପତି ପ୍ରମିଳା ମଲ୍ଲିକ ଶୋକ ପ୍ରକାଶ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ୍ କରି କହିଛନ୍ତି, ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି, ମନ୍ତ୍ରୀ ତଥା ବରିଷ୍ଠ ରାଜନେତା ମହେଶ୍ୱର ମହାନ୍ତିଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ରାଜ୍ୟ ରାଜନୀତିରେ ସେ ଜଣେ କୁଶଳୀ ରାଜନେତା ଥିଲେ ।


ମହେଶ୍ବର ମହାନ୍ତିଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ବିଜେଡି ସାଂସଦ ମାନସ ମଙ୍ଗରାଜ। ମହେଶ୍ବରଙ୍କ ବିୟୋଗ ପୁରୀ ଜିଲ୍ଲା ତଥା ବିଜେଡି ପାଇଁ ବଡ଼ କ୍ଷତି ବୋଲି ଟୁଇଟ୍ କରି ସୂଚନା ଦେଇଛନ୍ତି ମାନସ ମଙ୍ଗରାଜ। ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକ ସନ୍ତପ୍ତ ପରିବାର ପ୍ରତି ଗଭୀର ସମବେଦନା
ସେହିପରି ମହେଶ୍ବରଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ। ଜନସେବାରେ ତାଙ୍କର ଉତ୍ସର୍ଗୀକୃତ ଜୀବନ ଆଦର୍ଶ ଆମ ପାଇଁ ପ୍ରେରଣା ବୋଲି କହିଛନ୍ତି ପ୍ରଣବ। ତାଙ୍କ ବିୟୋଗ ଓଡ଼ିଶା ରାଜନୀତିରେ ଏକ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି କରିଛି।
ସେହିପରି ଭୁବନେଶ୍ୱର ମେୟର ସୁଲୋଚନା ଦାସ, ଓଡ଼ିଶା ବିଧାନସଭା ବାଚସ୍ପତି ପ୍ରମିଳା ମଲ୍ଲିକ, ଓଡ଼ିଶା ରାଜ୍ୟପାଳ ରଘୁବର ଦାସ, ଛତିଶଗଡ଼ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କ ସମେତ ଓଡ଼ିଶା ରାଜନୀତିର ବିଶିଷ୍ଟ ନେତା ମାନେ ଶୋକ ପ୍ରକାଶ କରିଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଦୁର୍ଘଟଣା ପରେ ଟ୍ରକ ସହ ଜଳିଗଲେ ୩ ଡ୍ରାଇଭର

ଜଳିଗଲା ୩ ମହଲା ଘର

ଖଲ୍ଲିକୋଟ :ଖଲ୍ଲିକୋଟ ନୂଆସାହିରେ ଜଳିଗଲା ୩ ମହଲା ଘର । ଘରେ ଚାର୍ଜକେ ବସିଥିବା ଇଭି ବ୍ୟାଟେରୀରୁ ପ୍ରଥମେ ଅଗ୍ନିକାଣ୍ଡ । ପରେ ଗ୍ୟାସ ସିଲିଣ୍ଡର ଫାଟିବାରୁ...

ADVERTISEMENT

Login