ମାଲକାନଗିରି : ସୁରକ୍ଷାକର୍ମୀଙ୍କୁ ବଡ ସଫଳତା । ୨୨ ନକ୍ସଲ ନିପାତ । ଦୁଇଟି ପୃଥକ ପୃଥକ ଏନକାଉଣ୍ଟରରେ ନିପାତ । ଛତିଶଗଡର ବିଜାପୁର-ଦନ୍ତେୱାଡା ସୀମାରେ ନିପାତ । କାଙ୍କେର ଠାରେ ଆଉ ୪ ନକ୍ସଲ ନିହତ । ସୂଚନା ମୁତାବକ ଗୁରୁବାର ସକାଳେ ସୁରକ୍ଷାକର୍ମୀଙ୍କ ୨ଟି ଟିମ୍ ବିଜାପୁର ଓ ଦାନ୍ତେୱାଡା ନିକଟ ଗଙ୍ଗାଲୁର ଥାନା ଅଞ୍ଚଳରେ ନକ୍ସଲ ବିରୋଧୀ ଅପରେସନ ଆରମ୍ଭ କରିଥିଲେ । ଅପରେସନ ବେଳେ ସୁରକ୍ଷାକର୍ମୀଙ୍କ ଉପରକୁ ହଠାତ୍ ମାଓବାଦୀମାନେ ଗୁଳି ଚଳାଇଥିଲେ । ଏହାର ଜବାବରେ ସୁରକ୍ଷାକର୍ମୀମାନେ ଗୁଳି ଚଳାଇଥିଲେ । ଏହି ଗୁଳିବିନିମୟରେ ୨୨ ଜଣ ମାଓବାଦୀଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଯବାନ ସହିଦ ହୋଇଛନ୍ତି । ସେହିପରି ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲ୍ଲା ଅବୁଝମାଡ଼ ଜଙ୍ଗଲରେ ମାଓବାଦୀଙ୍କ ଆଇଇଡି ବିସ୍ପୋରଣ ହୋଇଛି ।
Views: 32