ମାଲକାନଗିରି : ମାଲକାନଗିରିରେ ଆଉ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ କଟକଣା ବୃଦ୍ଧି । ଆସନ୍ତାକାଲି ଦିନ ୧୨ଟା ଯାଏଁ ଇଣ୍ଟରନେଟ କଟକଣା ବଢିଗଲା । ଅପ୍ରୀତିକର ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନର ନିଷ୍ପତ୍ତି । ପରିସ୍ଥିତିକୁ ଦେଖି କଟକଣା ନେଇ ପୁଣି ଗୁରୁବାର ନିଷ୍ପତ୍ତି ନିଆଯିବ । ସୂଚନା ଦେଲେ ମାଲକାନଗିରି ଜିଲ୍ଲାପାଳ ସୋମେଶ ଉପାଧ୍ୟାୟ । ମଙ୍ଗଳବାର ଅଧିକ ୧୮ ଘଣ୍ଟା ଇଣ୍ଟରନେଟ୍ କଟକଣା ବୃଦ୍ଧି କରିଥିଲା ପ୍ରଶାସନ । ବୁଧବାର ଦିନ ୧୨ଟା ପର୍ୟ୍ୟନ୍ତ କଟକଣା ବୃଦ୍ଧି କରାଯାଇଥିଲା ।ଆରଡିସି ଓ ଜିଲ୍ଲାପାଳଙ୍କ ସହ ଆଲୋଚନା ପରେ ଇଣ୍ଟରନେଟ୍ କଟକଣା ବୃଦ୍ଧି କରାଯାଇଥିଲା । ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶନାମା ଜାରି କରିଥିଲେ ।
Views: 42











