ମାଲକାନଗିରି : ଆଜି ଜିଲ୍ଲାର ସବୁ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର ଛୁଟି । ରେଡ ଆଲର୍ଟ ପାଇଁ ସମସ୍ତ ଶିକ୍ଷାନୁଷ୍ଠାନକୁ ଛୁଟି ଘୋଷଣା କଲେ ଜିଲ୍ଲାପାଳ । ପ୍ରବଳ ବର୍ଷା ଯୋଗୁ ମାଲକାନଗିରି ଜିଲ୍ଲାରେ ଜୀବନ ଯାତ୍ରା ପ୍ରଭାବିତ । ବିଶ୍ରାନ୍ତ ବର୍ଷାରେ ବୁଡ଼ିଲା ବିଭିନ୍ନ ପୋଲ। ପଟେରୁ, କାଙ୍ଗୁରକୋଣ୍ଡା, କନ୍ୟାଶ୍ରମ ପୋଲ ଉପରେ ୩ ରୁ ୪ ଫୁଟର ପାଣି ପ୍ରବାହିତ ହେଉଛି । ପୋଲର ଉଭୟ କୂଳରେ ଶତାଧିକ ଗାଡି ଅଟକି ରହିଛି । ମାଲକାନଗିରି ଠାରୁ ମୋଟୁ ୩୨୬ ନମ୍ବର ଜାତୀୟ ରାଜପଥ ସମ୍ପୂର୍ଣ୍ଣ ବନ୍ଦ ରହିଛି । କନ୍ୟାଶ୍ରମ ବ୍ରିଜ ବୁଡିଯାଇଥିବାରୁ କାଲିମେଳା ଠାରୁ ପଡିଆ ଯାତାୟାତ ଠପ୍ ହୋଇଯାଇଛି।
ସେହିପରି ପ୍ରବଳ ବର୍ଷା ନେଇ ଆଜି ମାଲକାନଗିରି ଜିଲ୍ଲାରେ ସବୁ ସ୍କୁଲ ଛୁଟି ଘୋଷଣା । ସବୁ ସରକାରୀ, ବେସରକାରୀ ସ୍କୁଲ, ଅଙ୍ଗନବାଡ଼ି ବନ୍ଦ ରହିବ । ମାଲକାନଗିରିରେ ପାଣିପାଗ ବିଭାଗ ପକ୍ଷରୁ ଜାରି ହୋଇଛି ରେଡ୍ ଆଲର୍ଟ ।
Views: 59