ସମ୍ବଲପୁର : ସମ୍ବଲପୁରରେ ମା’ ସମଲେଇଙ୍କ ନାକଟରେ ଲାଗି ହେଲା ନବାନ୍ନ । ବଲାଙ୍ଗୀରରେ ସମଲେଶ୍ୱରୀଙ୍କ ନିକଟରେ ଲାଗି ହେଲା ନବାନ୍ନ । ଧାର୍ଯ୍ୟ ଶୁଭଲଗ୍ନ ଅନୁସାରେ ଲାଗି ହେଲା ନବାନ୍ନ । ନୂଆଁଖାଇ ପାଇଁ ସମଲେଶ୍ବରୀ ମନ୍ଦିରକୁ ତିନି ପୂଜକଙ୍କ ଘରୁ ପ୍ରଥମେ ଭୋଗ ଆସିଥିଲା । ତାପରେ ମନ୍ଦିରରେ ପୂଜାର୍ଚ୍ଚନା କରାଯିବା ସହ ନବାନ୍ନ ଲାଗି ହୋଇଥିଲା । ଏହି ଅବସରରେ ନୂଆ ଚାଉଳ ସହିତ କ୍ଷୀରି, ପିଠା, ସାରୁଶାଗ ଲାଗି ହୋଇଛି ।
ମା’ଙ୍କ ନିକଟରେ ପୂଜାର୍ଚ୍ଚନା ପରେ ନିର୍ଦ୍ଧାରିତ ସମୟରେ ନବାନ୍ନ ଲାଗି କରାଯାଇଛି। ଏହା ପରେ ମାଆଙ୍କ ସର୍ବସାଧାରଣ ଦର୍ଶନ ପାଇଁ ମନ୍ଦିର ଦ୍ବାର ଖୋଲାଯାଇଛି । ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପାଇଁ ପୂରା ପଶ୍ଚିମ ଓଡ଼ିଶା ଉତ୍ସବମୁଖର । ଘରେ ଘରେ ଚାଲିଛି ପିଠାପଣା ପ୍ରସ୍ତୁତି । ଇଷ୍ଟଦେବୀଙ୍କ ନିକଟରେ ନୂଆଧାନ ଲାଗି ହେବା ପରେ ପରିବାର ଖାଇବେ ନବାନ୍ନ । ପୂରା ପରିବାର ଏକାଠି ହେବା ପରେ ଘର ଉତ୍ସାହରେ ଫାଟି ପଡୁଛି । ଏହିଦିନ ଚାଷୀମାନେ କ୍ଷେତ ପୂଜା, କୁମ୍ଭାରମାନେ କୁମ୍ଭାରଚକ ପୂଜା କରିବେ । ବିଭିନ୍ନ ବୃତ୍ତିର ଲୋକେ ନିଜ ପେସାଗତ ଉପକରଣ, ଯନ୍ତ୍ରପାତି, ଜୀବଜନ୍ତୁଙ୍କୁ ପୂଜା କରିବା ବିଧି ରହିଛି। ଚାକିରିଆମାନେ ଯିଏ ଯେଉଁଠି ଥାଆନ୍ତି ଘରକୁ ଆସନ୍ତି । ମା’ଙ୍କ ଦର୍ଶନ ପାଇଁ ମଧ୍ୟ ଲୋକଙ୍କ ଭିଡ଼ ଜମିଥାଏ ।
ମା’ ଙ୍କ ନିକଟରେ ଲାଗି ହେଲା ନବାନ୍ନ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











