ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ । ଦୀର୍ଘ ୨ ଘଂଟା ଧରି ଲୋକେ ତାଙ୍କୁ ବନ୍ଦୀ କରି ରଖିଥିଲେ । ଯାହାକୁ ନେଇ ସେ କ୍ଷୋଭ ପ୍ରକାଶ କରିଥିଲେ । ଭୁବନେଶ୍ୱର ୪୩ ନମ୍ବର ୱାର୍ଡରେ ତାଙ୍କୁ ବିରୋଧ ଘଟଣାରେ ସେ ଅସନ୍ତୋଷ ପ୍ରକାଶ କରିଛନ୍ତି । ଚିଠିରେ ସେ ଲେଖିଛନ୍ତି, ଲକ୍ଷ୍ମୀସାଗର ୪୩ ନମ୍ବର ୱାର୍ଡରେ ତାଙ୍କୁ କିଛି ଅସାମାଜିକ ବ୍ୟକ୍ତିଙ୍କ ଦ୍ୱାରା ୨ ଘଣ୍ଟା ଅଟକ ରଖାଯାଇଥିଲା । ଏକ ସଭାକୁ ଯାଉଥିବା ବେଳେ କିଛି ଅସାମାଜିକ ବ୍ୟକ୍ତି ତାଙ୍କ କାରକୁ ଅଟକାଇଥିଲେ । ସେ ପୋଲିସକୁ ଅପେକ୍ଷା କରି କାରରେ ୨ ଘଣ୍ଟା ବସି ରହିଥିଲେ । ତାଙ୍କର ଯେଉଁ ୨ ଘଣ୍ଟା ସମୟ ନଷ୍ଟ ହେଲା ସେଥିପାଇଁ ଦାୟୀ କିଏ? ନଷ୍ଟ ହୋଇଥିବା ସମୟ କିପରି ଭରଣ ହେବ ବୋଲି ସେ ପ୍ରଶ୍ନ କରିଛନ୍ତି । ଏହାସହ ଅପରାଜିତା କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ କାରକେଡକୁ ୫ ମିନିଟ୍ ପାଇଁ ଅଟକାଇ ହେବ କି? ସୁରକ୍ଷା ପାଇଁ ସରକାରଙ୍କ ଏପରି ପାତରଅନ୍ତର କାହିଁକି ବୋଲି ପ୍ରଶ୍ନ କରିଛନ୍ତି ଅପରାଜିତା ଷଡଙ୍ଗୀ । ଗତକାଲି ରାତିରେ ଅପରାଜିତା ଜନସମ୍ପର୍କ ସଭାକୁ ଆସୁଥିବାବେଳେ ଏକ ଗୋଷ୍ଠୀ ତାଙ୍କୁ ବିରୋଧ କରିଥିଲେ । ଏହାକୁ ନେଇ ଅପରାଜିତାଙ୍କ ସମର୍ଥକ ଓ ବିରୋଧୀ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ । ବିକ୍ଷୋଭକାରୀଙ୍କ ଅଭିଯୋଗ ସାଂସଦଙ୍କ ଗତ ୪ ବର୍ଷ ହେଲା ଦେଖା ମିଳୁନଥିଲା । ଦିନେ ମଧ୍ୟ ସାଂସଦଙ୍କ ପାଦ ୪୩ ନମ୍ବର ୱାର୍ଡରେ ପଡିନାହିଁ । ଏବେ ନିର୍ବାଚନ ପାଖେଇ ଆସିବାରୁ ସାଂସଦ ପୁଣି ଆସୁଥିବାରୁ ତାଙ୍କୁ ବିରୋଧ କରାଯାଉଥିବା ବିକ୍ଷୋଭକାରୀ କହିଥିଲେ । । ବିରୋଧ ପରେ ଜନସମ୍ପର୍କ ସମାବେଶର ଯୋଗଦେଇଥିଲେ ଅପରାଜିତା ଷଡଙ୍ଗୀ । ତେବେ ଜଣେ ସାଂସଦଙ୍କ ଗାଡିକୁ ଏପରି ଅଟଳାଇବା କେତେ ଦୂର ଠିକ ଯାହାକୁ ନେଇ ଅନେକ ଆଲୋଚନା ମଧ୍ୟ ହେଉଛି । ଏହି ସମୟରେ ସାଂସଦ ଅପରାଜିତାଙ୍କର କିଛି ସମର୍ଥକ ତାଙ୍କୁ ଖାଇବାକୁ ଦେଇଥିଲେ । ସାଂସଦ ଅପରାଜିତା କହିଥିଲେ କି , ଆଜିର ଦିନରେ ୭ଟି ଜିଲ୍ଲା ଗସ୍ତ କରିଥିବାରୁ ମୁଁ କିଛି ଖାଦ୍ୟ ଗ୍ରହଣ କରି ନାହିଁ । ଆପଣ ମାନଙ୍କ ଭଲପାଇବା ପାଇଁ ଧନ୍ୟବାଦ ।
ମୁଖ୍ୟମନ୍ତ୍ରୀଙ୍କୁ ଲେଖିଲେ ଚିଠି,ଦୀର୍ଘ ୨ ଘଣ୍ଟା ସମୟ ନଷ୍ଟ ପାଇଁ ଦାୟୀ କିଏ ?

Facebook
Twitter
LinkedIn
Facebook
Twitter
LinkedIn
Recent News
ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...
ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ
ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...
ପେଟ ସମ୍ବନ୍ଧୀୟ ସମସ୍ୟାକୁ ଦୂର କରେ ଧନିଆ
ବ୍ୟୁରୋ : ଧନିଆ ପତ୍ରରେ ବହୁତ ପରିମାଣରେ ଭିଟାମିନ୍ ‘ଏ’ ଏବଂ ‘ସି’, ଡାଇଟାରୀ ଫାଇବର, ମାଗ୍ନେସିୟମ୍ ଏବଂ ଆଇରନରେ ଭରପୂର । ଏଥିରେ କିଛି ପରିମାଣରେ...
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା
ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...