The Ultimate Managed Hosting Platform
ADVERTISEMENT

ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ସ୍ୱାଧିକାର ନୋଟିସ

Facebook
Twitter
LinkedIn

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ସ୍ୱାଧିକାର ଭଙ୍ଗ ନୋଟିସ ଆଣିଲା କଂଗ୍ରେସ । ଶୂନ୍ୟକାଳରେ ନୋଟିସକୁ ଗ୍ରହଣ କଲେ ବାଚସ୍ପତି । ଗତ ୨୬ ତାରିଖରେ ଗୃହ ଚାଲିଥିବା ବେଳେ ଅଗ୍ନିବୀରଙ୍କ ପାଇଁ ଚାକିରିରେ ୧୦ ପ୍ରତିଶତ ସଂରକ୍ଷଣ ଓ ବୟସ କୋହଳ ନେଇ ମୁଖ୍ୟମନ୍ତ୍ରୀ ଗୃହ ବାହାରେ ଘୋଷଣା କରିଥିଲେ। ବିଧାନସଭା ବା ସଂସଦୀୟ ନିୟମ ଅନୁସାରେ ଅଧିବେଶନ ଚାଲିଥିବା ବେଳେ କୌଣସି ନୀତିଗତ ନିଷ୍ପତି ଗୃହ ବାହାରେ ଘୋଷଣା କରାଯାଇପାରିବ ନାହିଁ। ଏହାକୁ ପ୍ରଥମେ ଗୃହରେ ଘୋଷଣା କରିବାର ଆବଶ୍ୟକତା ରହିଛି। ହେଲେ ମୁଖ୍ୟମନ୍ତ୍ରୀ ଏହି ନିୟମ ଭାଙ୍ଗିଛନ୍ତି ବୋଲି କଂଗ୍ରେସ ଅଭିଯୋଗ କରିଛି। ଗୃହ ବାହାରେ ମୁଖ୍ୟମନ୍ତ୍ରୀଙ୍କ କରିଥିବା ଘୋଷଣାକୁ ଗୃହ ଭିତରେ ସଂସଦୀୟ ମନ୍ତ୍ରୀ ଦୁଇ ଦିନ ପରେ ଘୋଷଣା କରିଛନ୍ତି । କିନ୍ତୁ ମୁଖ୍ୟମନ୍ତ୍ରୀ ଏହାକୁ ଗୃହରେ କାହିଁକି ଘୋଷଣା କଲେ ନାହିଁ ? ଗୃହକୁ ବିଶ୍ୱାସକୁ ନେଲେ ନାହିଁ ମୁଖ୍ୟମନ୍ତ୍ରୀ, ଗୃହର ମର୍ୟ୍ୟାଦା ଭଙ୍ଗ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହା ବିଧାନସଭା ଇତିହାସରେ ଏକ କଳଙ୍କିତ ଅଧ୍ୟାୟ । ତେଣୁ ସ୍ୱାଧିକାରକୁ ଗ୍ରହଣ କରିବାକୁ ଦାବି କଲେ ତାରା ବାହିନୀପତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବନ୍ଦ ହେଲା କେଦାରନାଥ ଯାତ୍ରା , ପ୍ରବଳ ବର୍ଷା ପାଇଁ ପ୍ରଶାସନ ନେଲା ନିଷ୍ପତ୍ତି

ବନ୍ଦ ହେଲା କେଦାରନାଥ ଯାତ୍ରା , ପ୍ରବଳ ବର୍ଷା ପାଇଁ ପ୍ରଶାସନ ନେଲା ନିଷ୍ପତ୍ତି

ନୂଆଦିଲ୍ଲୀ : ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗ ଏବଂ ଆଖପାଖ ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁଁ ଅଳକନନ୍ଦା ନଦୀର ଜଳସ୍ତର ବୃଦ୍ଧି ପାଇଛି । ତଥାପି, ନଦୀ ଏବେ ବି...

ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ

ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ସର୍ଭାଇକଲ ଆର୍ଥ୍ରାଇଟିସ ସର୍ଜରୀ ପରେ ସଂପୂର୍ଣ୍ଣ ସୁସ୍ଥ ହୋଇ ହସପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ । ସୁସ୍ଥ ହେବା ସହ ସ୍ବାଭାବିକ ଚଲାବୁଲା...

ADVERTISEMENT

Login