ଭୁବନେଶ୍ୱର : ଭେଣ୍ଟିଲେଟର ସର୍ପୋଟରୁ ବାହାରିଲେ ଅଭିଜିତ ମଜୁମଦାର । ମେଡିସିନ ୱାର୍ଡକୁ ତାଙ୍କୁ ସ୍ଥାନାନ୍ତର କରାଯାଇଛି । ଏ ନେଇ ଏମ୍ସ ପକ୍ଷରୁ ସୂଚନା ମିଳିଛି । ତାଙ୍କର ଭାଇଟାଲ୍ସ ସ୍ଥିର ରହିଛି । ସୂଚନା ଅନୁଯାୟୀ, ଗଷ୍ଟ ୩୧ ତାରିଖରେ କଟକ ସିଡିଏ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ଅଭିଜିତ । ଅନେକ ଦିନରୁ ଲିଭର ଜନିତ ରୋଗରେ ପୀଡ଼ିତ ହୋଇ ଚିକିତ୍ସିତ ହୋଇ ଆସୁଥିଲେ । ନିଜର ଦୈନନ୍ଦିନ କାମକୁ ଠିକ୍ ରୂପେ କରୁଥିବା ବେଳେ ପାର୍ବଣ ଋତୁ ଆରମ୍ଭ ହୋଇଥିବାରୁ ଗଣେଶ ପୂଜା ଏବଂ ଦଶହରାରେ ହେବାକୁ ଥିବା କାର୍ୟ୍ୟକ୍ରମ ପାଇଁ ସେ ବେଶ୍ ଉତ୍ସାହିତ ମଧ୍ୟ ଥିଲେ । ମାତ୍ର ଗତ ଗଣେଶ ପୂଜା ଦିନ ହଠାତ୍ ଅସୁସ୍ଥ ହୋଇ ପଡ଼ିବାରୁ ପରିବାର ତଥା ଆତ୍ମୀୟମାନେ ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରିଥିଲେ । ସେବେଠାରୁ ସେ କୋମାରେ ରହିଛନ୍ତି। ଏହାପରେ ଗତ ସେପ୍ଟେମ୍ବର ୪ ତାରିଖରେ ଅଭିଜିତ ମଜୁମଦାରଙ୍କୁ ଭୁବନେଶ୍ବର ଏମ୍ସକୁ ଅଣାଯାଇଥିଲା। ସେଠାରେ ତାଙ୍କର ନିରନ୍ତର ଚିକିତ୍ସା ଚାଲିଛି। ତାଙ୍କୁ ସୁସ୍ଥ କରିବା ପାଇଁ ପରିବାର ଓ ଡାକ୍ତରମାନେ ଉଦ୍ୟମ ଚଳାଇଥିଲେ ବି ଏପର୍ୟ୍ୟନ୍ତ ବିଶେଷ ସୁଫଳ ମିଳିନାହିଁ।
ମେଡିସିନ ୱାର୍ଡକୁ ଅଭିଜିତ ମଜୁମଦାର ସ୍ଥାନାନ୍ତର
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











