ଭୁବନେଶ୍ୱର: ମେ’ ପହିଲାରୁ ରାଜ୍ୟରେ ଓବିସି ସର୍ଭେ । ପଛୁଆ ବର୍ଗ ଲୋକଙ୍କର ସାମାଜିକ ଓ ଶିକ୍ଷାଗତ ସ୍ଥିତି ସମ୍ପର୍କରେ ଏହି ସର୍ଭେ ମାଧ୍ୟମରେ ତଥ୍ୟ ଗ୍ରହଣ କରାଯିବ । ଏନେଇ ଚୂଡାନ୍ତ ନିର୍ଦ୍ଦେଶନାମା ସର୍ବସାଧାରଣଙ୍କ ଅବଗତି ନିମନ୍ତେ ପ୍ରକାଶ ପାଇଛି । ଏହି ସର୍ଭେ କେବଳ ଓଡ଼ିଶା ସରକାରଙ୍କ ଦ୍ୱାରା ଅଧିସୂଚିତ ୨୦୮ ପ୍ରକାର ପଛୁଆ ବର୍ଗ ଲୋକଙ୍କ ପାଇଁ ଉଦ୍ଦିଷ୍ଟ । ନିର୍ଦ୍ଧାରିତ ସର୍ଭେ ସେଣ୍ଟର କିମ୍ବା ଅନଲାଇନରୁ ଯେକୌଣସି ଗୋଟିଏ ମାଧ୍ୟମରେ ଫର୍ମପୂରଣ କରିପାରିବେ । ପରିବାର ମୁଖ୍ୟ କିମ୍ବା ଜଣେ ବରିଷ୍ଠ ସଦସ୍ୟ ପରିବାରର ସମସ୍ତ ତଥ୍ୟ ସର୍ଭେ ସେଣ୍ଟରରେ ପ୍ରଦାନ କରିପାରିବେ । ରାସନ୍ କାର୍ଡ ସହ ସମସ୍ତ ସଦସ୍ୟଙ୍କର ଯେକୌଣସି ଗୋଟିଏ ପରିଚୟପତ୍ର ନେଇ ଯିବେ ସର୍ଭେ ସେଣ୍ଟର । ରାସନ୍ କାର୍ଡ ନଥିବା ପଛୁଆବର୍ଗ ପରିବାରର ସଦସ୍ୟ ମଧ୍ୟ ତଥ୍ୟ ପ୍ରଦାନ କରିପାରିବେ । ନଚେତ୍ ଅନଲାଇନରେ www.oscbc.odisha.gov.inରେ ବିନା ମୂଲ୍ୟରେ ଫର୍ମ ପୂରଣ କରିପାରିବେ । କିମ୍ବା ମୋ ସେବା କେନ୍ଦ୍ରକୁ ଯାଇ ସ୍ଥିରିକୃତ ଦେୟ ପ୍ରଦାନ କରି ଅନଲାଇନ୍ ଫର୍ମ ପୂରଣ କରିପାରିବେ ହିତାଧିକାରୀ । ଆସନ୍ତା ୨୭ ତାରିଖ ଯାଏ ଏହି ସର୍ଭେ ଚାଲିବ ।
ମେ’ ପହିଲାରୁ ରାଜ୍ୟରେ ଓବିସି ସର୍ଭେ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











