The Ultimate Managed Hosting Platform
ADVERTISEMENT

ମେ ମାସରେ ଭାରତ ଆସିବେ ପାକିସ୍ତାନ ବୈଦେଶିକ ମନ୍ତ୍ରୀ

Facebook
Twitter
LinkedIn

ନୂଆଦିଲ୍ଲୀ : ଭାରତ ଆସିବେ ପାକିସ୍ତାନ ବୈଦେଶିକ ମନ୍ତ୍ରୀ । ଆସନ୍ତା ମାସ ୪ ଓ ୫ ତାରିଖରେ ଭାରତ ଆସିବେ ପାକିସ୍ତାନ ବୈଦେଶିକ ମନ୍ତ୍ରୀ ବିଲାଓ୍ଵଲ ଭୁଟ୍ଟୋ ଜର୍ଦାରୀ । ଗୋଆରେ ହେବାକୁ ଥିବା ସାଂଘାଇ ସହଯୋଗ ସଂଗଠନ (ଏସସିଓ) ବୈଠକରେ ଯୋଗଦେବେ । ପାକିସ୍ତାନ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି । ୨୦୧୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶାସନକୁ ଆସିବା ପରେ କୌଣସି ପାକିସ୍ତାନୀ ନେତାଙ୍କ ଏହା ପ୍ରଥମ ଭାରତ ଗସ୍ତ । ପାକିସ୍ତାନର ତତ୍କାଳୀନ ପ୍ରଧାନମନ୍ତ୍ରୀ ନୱାଜ ସରିଫ ପ୍ରଧାନମନ୍ତ୍ରୀ ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବା ପାଇଁ ଦିଲ୍ଲୀ ଆସିଥିଲେ । ଗତ ଡିସେମ୍ବର ମାସରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସଂପର୍କରେ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଥିଲେ ଭୁଟ୍ଟୋ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login