The Ultimate Managed Hosting Platform
ADVERTISEMENT

ମେ ୧ରୁ ଜୁଲାଇ ୩୧ ବନ୍ଦ ରହିବ ଭିତରକନିକା

Facebook
Twitter
LinkedIn

କେନ୍ଦ୍ରାପଡା : ମେ ୧ରୁ ଜୁଲାଇ ୩୧ ବନ୍ଦ ରହିବ ଭିତର କନିକା । କୁମ୍ଭୀର ପ୍ରଜନନ ପାଇଁ ମେ ୧ ତାରିଖରୁ ଜୁଲାଇ ୩୧ ତାରିଖ ପର୍ୟ୍ୟନ୍ତ ଦୀର୍ଘ ୩ ମାସ ଧରି ପର୍ୟ୍ୟଟକ ମାନଙ୍କ ପାଇଁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ । ଏହି ସମୟରେ ବଉଳା କୁମ୍ଭୀରମାନେ ହିଂସ୍ର ହେଉଥିବାରୁ ପର୍ୟ୍ୟଟକ ମାନଙ୍କୁ ଆକ୍ରମଣ କରିବାର ସମ୍ଭାବନା ରହିଥାଏ । ଭିତରକନିକାକୁ ପର୍ୟ୍ୟଟକ ମାନଙ୍କୁ ବାରଣ କରାଯାଇଥାଏ । କୁମ୍ଭୀର ମାନଙ୍କ ମିଳନ ପ୍ରକିୟା ପରେ ମା’ କୁମ୍ଭୀର ନଦୀ ଜୁଆର ମାଡୁ ନଥିବା ଉଚ୍ଚ ସ୍ଥାନ ଦେଖି ହେନ୍ତାଳ ଓ ଖରଖରି ପତ୍ରରେ ବସା ବାନ୍ଧି ଅଣ୍ଡାଦାନ କରିଥାଏ । ଅଣ୍ଡାରୁ ଛୁଆ ଫୁଟିବା ପରେ ମା’ କୁମ୍ଭୀର ଛୁଆକୁ ନେଇ ନଦୀରେ ଛାଡିଥାଏ । ଏହି ସମୟରେ କୁମ୍ଭୀର ଆକ୍ରମଣର ସମ୍ଭାବନା ଥିବାରୁ ନଦୀକୂଳିଆ ଗ୍ରାମବାସୀମାନଙ୍କୁ ନଦୀକୁ ଯିବାକୁ ବାରଣ କରିଛି ରାଜନଗର ବନବିଭାଗ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟାୟ ପାଇଁ ପୁଣି ଥରେ ଜିଲ୍ଲାପାଳଙ୍କ ନିକଟରେ ଅନୁରୋଧ କଲେ ପିହୁଙ୍କ ମାଆ

ନ୍ୟାୟ ପାଇଁ ପୁଣି ଥରେ ଜିଲ୍ଲାପାଳଙ୍କ ନିକଟରେ ଅନୁରୋଧ କଲେ ପିହୁଙ୍କ ମାଆ

ଭୁବନେଶ୍ୱର : କୁନି ଝିଅ ପିହୁକୁ ଅପହରଣ ହେବାକୁ ବିତିଲାଣି ୫ ବର୍ଷ । ହେଲେ ଏପର୍ଯ୍ୟନ୍ତ ପିହୁର ପତ୍ତା ମିଳୁନି । ଯାଜପୁର ଜିଲ୍ଲା ବିଂଝାରପୁର...

Login