ଭୁବନେଶ୍ୱର: ମେ ୨୫ରେ ଦେଶରେ ଷଷ୍ଠ ଓ ଓଡ଼ିଶାରେ ହେବ ତୃତୀୟ ପର୍ୟ୍ୟାୟ ନିର୍ବାଚନ। ଦେଶର ମୋଟ ୫୭ ଆସନରେ ହେବ ଭୋଟ। ଏଥିପାଇଁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜିଠୁ ମେ ୬ ତାରିଖ ପର୍ୟ୍ୟନ୍ତ ଚାଲିବ ନାମାଙ୍କନ ଦାଖଲ। ତୃତୀୟ ପର୍ୟ୍ୟାୟରେ କୁଚିଣ୍ଡା, ରେଙ୍ଗାଲି, ସମ୍ବଲପୁର, ରେଢାଖୋଲ, ଦେବଗଡ଼, ତେଲକୋଇ, ଘଷିପୁରା, ଆନନ୍ଦପୁର, ପାଟଣା, କେନ୍ଦୁଝର, ଚମ୍ପୁଆ, କରଞ୍ଜିଆ, ଢେଙ୍କାନାଳ, ହିନ୍ଦୋଳ, କାମାକ୍ଷାନଗର, ପରଜଙ୍ଗ, ପାଲଲହଡା, ତାଳଚେର, ଅନୁଗୁଳ, ଛେଣ୍ଡିପଦା, ଆଠମଲ୍ଲିକ, ବଡ଼ମ୍ବା, ବାଙ୍କି, ଆଠଗଡ଼, ବାରବାଟୀ କଟକ, ଚୌଦ୍ବାର, କଟକ, କଟକ ସଦର, ପୁରୀ, ବ୍ରହ୍ମଗିରି, ସତ୍ୟବାଦୀ, ପିପିଲି, ଜୟଦେବ, ଭୁବନେଶ୍ବର ମଧ୍ୟ, ଭୁବନେଶ୍ବର ଉତ୍ତର, ଏକାମ୍ର ଭୁବନେଶ୍ବର, ଜଟଣୀ, ବେଗୁନିଆ, ଖୋର୍ଦ୍ଧା, ଚିଲିକା, ରଣପୁର, ଖଣ୍ଡପଡ଼ା, ନୟାଗଡ଼ ବିଧାନସଭା ଆସନରେ ଭୋଟ୍ ଗ୍ରହଣ ହେବ। ବିଜ୍ଞପ୍ତି ଅନୁଯାୟୀ, ମେ ୭ ତାରିଖରେ ଯାଞ୍ଚ ଓ ୯ ତାରିଖ ଯାଏ ପ୍ରାର୍ଥିପତ୍ର ପ୍ରତ୍ୟାହାରର ସୁଯୋଗ ରହିଛି। ତୃତୀୟ ପର୍ୟ୍ୟାୟ ଓଡ଼ିଶାର ୬ଟି ଲୋକସଭା କ୍ଷେତ୍ର ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ, ଭୁବନେଶ୍ବରରେ ଭୋଟ୍ ଗ୍ରହଣ ହେବ। ଏହି ଲୋକସଭା କ୍ଷେତ୍ର ଅଧିନ ୪୨ଟି ବିଧାନସଭା କ୍ଷେତ୍ରରେ ବି ଭୋଟ ଗ୍ରହଣ ହେବ।
ମେ ୨୫ରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











