ଭୁବନେଶ୍ୱର : ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବାହାନଗା ଟ୍ରେନ ଟ୍ରାଜେଡି ନେଇ କଥା ହେଲେ ନବୀନ । ଜୀବନ ବଞ୍ଚାଇବାକୁ ଯଥା ସମ୍ଭବ ଉଦ୍ୟମ କରାଯାଇଛି । ରାଜ୍ୟ ସରକାରଙ୍କୁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ । ବିପଦ ବେଳେ ଲୋକଙ୍କ ସହ ଯୋଗକୁ ପ୍ରଶଂସା । ଆଜି ଫୋନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ବାହାନଗା ଟ୍ରେନ ଦୁର୍ଘଟଣା ନେଇ ଆଲୋଚନା କରିବା ସହ ସ୍ଥିତି ସମ୍ପର୍କରେ ଅବଗତ କରିଥିଲେ । ଏହାସହ ଆହତଙ୍କ ଚାଲିଥିବା ଚିକିତ୍ସା ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରିଥିଲେ ।
ମୁଖ୍ୟମନ୍ତ୍ରୀ କହିଥିଲେ, ‘ଆହତଙ୍କ ଜୀବନ ବଞ୍ଚାଇବାକୁ ସମସ୍ତ ପ୍ରକାର ଚେଷ୍ଟା କରାଯାଉଛି । ଡାକ୍ତରୀ ଟିମ୍, ଡାକ୍ତରୀ ଛାତ୍ରଛାତ୍ରୀ ଆହତଙ୍କ ଚିକିତ୍ସାରେ ଲାଗିଛନ୍ତି । ସେହିପରି ଡାକ୍ତର, ଡାକ୍ତରୀ ଛାତ୍ର ଓ ସାଧାରଣ ଲୋକ ବଡ଼ ସଂଖ୍ୟାରେ ଆଗକୁ ଆସି ଆହତଙ୍କ ପାଇଁ ରକ୍ତଦାନ କରୁଛନ୍ତି ।’
ଆଗକୁ ନବୀନ କହିଛନ୍ତି, ‘ଉଦ୍ଧାର କାର୍ୟ୍ୟ ଆରମ୍ଭ ଠାରୁ ଆହତଙ୍କୁ ହସ୍ପିଟାଲ ନେବା, ସେମାନଙ୍କ ଚିକିତ୍ସା ବ୍ୟବସ୍ଥା କରିବା ଓ ସମସ୍ତଙ୍କ ଜୀବନ ବଞ୍ଚାଇବା ପାଇଁ ରାଜ୍ୟ ସରକାର ‘ପ୍ରତ୍ୟେକ ଜୀବନ ମୂଲ୍ୟବାନ’ ନୀତିରେ କାମ କରୁଛନ୍ତି ।
ବର୍ତ୍ତମାନ ସ୍ଥିତି ନେଇ ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ଅବଗତ କରାଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, ‘ରାଜ୍ୟର ବିଭିନ୍ନ ହସ୍ପିଟାଲରେ ୧୧୭୫ ଆହତ ଭର୍ତ୍ତି ହୋଇଥିଲେ । ଏମାନଙ୍କ ମଧ୍ୟରୁ ୭୯୩ ଜଣଙ୍କୁ ଡିସଚାର୍ଜ କରାଯାଇଛି । ଅଧିକାଂଶ ଆହତଙ୍କ ସ୍ବାସ୍ଥାବସ୍ଥା ସ୍ଥିର ରହିଛି । ବିଭିନ୍ନ ସରକାରୀ ଓ ବେସରକାରୀ ହସ୍ପିଟାଲରେ ବର୍ତ୍ତମାନ ୩୮୨ ଯାତ୍ରୀଙ୍କ ଚିକିତ୍ସା ଚାଲିଛି ।’
ସଙ୍କଟ ସମୟରେ ରାଜ୍ୟ ସରକାର ଯେଭଳି ପଦକ୍ଷେପ ନେଲେ ଓ ଉଦ୍ଧାର କାର୍ୟ୍ୟକୁ ତ୍ବରାନ୍ବିତ କଲେ ସେଥିପାଇଁ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଏହାସହ କେନ୍ଦ୍ର ସରକାର ସମସ୍ତ ପ୍ରକାର ସହାୟତା ଯୋଗାଇ ଦେବାକୁ ପ୍ରସ୍ତୁତ ଥିବା ପ୍ରଧାନମନ୍ତ୍ରୀ କହିଛନ୍ତି । ଦୁର୍ଘଟଣା ପରେ ସାଧାରଣ ଲୋକେ ଉଦ୍ଧାର କାର୍ୟ୍ୟରେ ଯେମିତି ସହଯୋଗ କରିଥିଲେ ସେଥିପାଇଁ ରାଜ୍ୟବାସୀଙ୍କ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ।
ମୋଦିଙ୍କ ସହ କଥା ହେଲେ ନବୀନ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











