The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ମୋଦି ପୁଣି ବିଶ୍ବର ସବୁଠାରୁ ଲୋକପ୍ରିୟ ନେତା

Facebook
Twitter
LinkedIn

ନୂଆଦିଲ୍ଲୀ : ସମସ୍ତଙ୍କୁ ପଛରେ ପକାଇଲେ ପ୍ରଧାନମନ୍ତ୍ରୀ । ନରେନ୍ଦ୍ର ମୋଦି ପୁଣି ବିଶ୍ବର ସବୁଠାରୁ ଲୋକପ୍ରିୟ ନେତା । ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ, ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କ ଭଳି ବଡ଼ବଡ଼ ଦେଶର ନେତାଙ୍କୁ ପଛରେ ପକାଇ ଏକ ନମ୍ବର ସ୍ଥାନରେ ରହିଛନ୍ତି ମୋଦି। ବିଶ୍ୱସ୍ତରୀୟ ନେତାଙ୍କ ଲୋକପ୍ରିୟତାକୁ ଟ୍ରାକ କରୁଥିବା ଆମେରିକୀୟ ସଂସ୍ଥା ମର୍ଣ୍ଣିଂ କନସଲ୍ଟ ଏପରି ରିପୋର୍ଟ ଦେଇଛି। ପୂର୍ବରୁ ମଧ୍ୟ ସଂସ୍ଥା ଦେଇଥିବା ରିପୋର୍ଟରେ ମୋଦି ହିଁ ୧ନଂ ସ୍ଥାନରେ ରହିଥିଲେ। ରିପୋର୍ଟରେ କୁହାଯାଇଛି, ପିଏମ୍ ମୋଦିଙ୍କ ଆପ୍ରୁଭାଲ ରେଟିଂ ପଏଣ୍ଟ ୭୬% ରହିଛି। ଡିସଆପ୍ରୁଭାଲ ବା ଗ୍ରହଣୀୟ ନୁହନ୍ତି ପଏଣ୍ଟ ସଂଖ୍ୟା ମାତ୍ର ୧୮%। ତାଲିକାର ଦ୍ୱିତୀୟ ସ୍ଥାନରେ ଥିବା ସ୍ୱିଜରଲ୍ୟାଣ୍ଡର ରାଷ୍ଟ୍ରପତି ଆଲାଇନ ବ୍ରେସେଟଙ୍କ ଠାରୁ ମୋଦିଙ୍କୁ ରେଟିଂ ପଏଣ୍ଟ ୧୨% ଅଧିକ। ତାଙ୍କ ରେଟିଂ ପଏଣ୍ଟ ୬୪% ରହିଛି। ପୂର୍ବରୁ ଦ୍ୱିତୀୟ ସ୍ଥାନରେ ଥିବା ମେକ୍ସିକୋ ରାଷ୍ଟ୍ରପତି ଆଣ୍ଡ୍ରେସ ମାନ୍ୟୁଏଲ ଲୋପେଜ ଓବ୍ରାଡୋ ଗୋଟିଏ ସ୍ଥାନ ତଳକୁ ଖସି ତୃତୀୟରେ ରହିଛନ୍ତି। ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ୪୦% ରେଟିଂ ପଏଣ୍ଟ ସହ ସପ୍ତମ ସ୍ଥାନରେ ଅଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login