ନୂଆଦିଲ୍ଲୀ : ଭାରତର କୋଟିପତି ବ୍ୟବସାୟୀ ଗୌତମ ଆଦାନୀଙ୍କ ବିରୋଧରେ ଆମେରିକା ଲାଞ୍ଚ ଓ ଠକେଇ ଅଭିଯୋଗ ଆଣିବା ପରେ ତାଙ୍କ ବିରୋଧରେ ଏବେ ସ୍ବର ଉଠାଇଛି ବିରୋଧୀ ଦଳ କଂଗ୍ରେସ। ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଗୁରୁବାର କହିଛନ୍ତି ଯେ ନରେନ୍ଦ୍ର ମୋଦୀ ଦୁର୍ନୀତି ମାମଲାରେ ଗୌତମ ଆଦାନୀଙ୍କ ସହ ରହିଛନ୍ତି। ଆମେରିକାରେ ଲାଞ୍ଚ ମାମଲାର ଅଭିଯୁକ୍ତ ଆଦାନୀଙ୍କୁ ତୁରନ୍ତ ଗିରଫ କରାଯାଉ ବୋଲି ରାହୁଲ ଦାବି କରିଛନ୍ତି। ଏକ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧନ କରି ରାହୁଲ କହିଛନ୍ତି, ‘‘୨୦୦୦ କୋଟି ଟଙ୍କା ଓ ଅନ୍ୟାନ୍ୟ ଦୁର୍ନୀତି ମାମଲାରେ ଜଡ଼ିତ ଥିବା ଗୌତମ ଆଦାନୀ ମୋଦୀଙ୍କ ସୁରକ୍ଷା ପାଇଁ ନିର୍ଭୟରେ ଜୀବନଯାପନ କରୁଛନ୍ତି। ଉଲ୍ଲେଖଯୋଗ୍ୟ, ବୁଧବାର ଦିନ ଆମେରିକା ଅଭିଯୋଗ ଆଣିଛି ଯେ ସେ ତାଙ୍କ କମ୍ପାନିର ନିବେଶକମାନଙ୍କୁ ଧୋକା ଦେଇଛନ୍ତି। ଆମେରିକାରେ ସେ ତାଙ୍କ କମ୍ପାନିକୁ କଣ୍ଟ୍ରାକ୍ଟ ଦେବା ପାଇଁ ୨୬୫ ମିଲିୟନ୍ ଡଲାର୍ ଲାଞ୍ଚ୍ ଦେଇଥିବା ଅଭିଯୋଗ ବି ଆସିଛି ତାଙ୍କ ନାମରେ। ଏହି ମାମଲା ପୂରା ଆଦାନୀ ଗ୍ରୁପ୍ କମ୍ପାନି ଏବଂ ଆଦାମୀ ଗ୍ରୁପ୍ ଏନର୍ଜି ଲିମିଟେଡ ଏବଂ ଅନ୍ୟ ଏକ କମ୍ପାନି ସହିତ ଜଡ଼ିତ।
ମୋଦୀ ଆଦାନୀଙ୍କୁ ସୁରକ୍ଷା ଦେଉଛନ୍ତି : ରାହୁଲ ଗାନ୍ଧୀ
Facebook
Twitter
LinkedIn
Facebook
Twitter
LinkedIn
Recent News
୪ ଟି ଜିନିଷ ଆପଣଙ୍କୁ ହାଡକୁ କରିବ ଦୁର୍ବଳ !
ବ୍ୟୁରୋ : ଦିନକୁ ଦିନ ବଦଳୁଥିବା ଖାଦ୍ୟ ପାନୀୟର ଭୁଲ୍ ଅଭ୍ୟାସ ଯୋଗୁଁ ଆଜି ପ୍ରତି ୫ ଜଣରେ ଜଣେ ବ୍ୟକ୍ତି କୌଣସି ନା କୌଣସି ସ୍ବାସ୍ଥ୍ୟ...
ନବକଳେବର ହେବ କଲେକ୍ଟରେଟ ବିଲ୍ଡିଂ
ଭୁବନେଶ୍ୱର : ସବୁ ଜିଲ୍ଲାପାଳ କାର୍ଯ୍ୟାଳୟ ଗୁଡିକର ହେବ ନବକଳେବର । ମଡେଲ ଯୋଜନା ଅନୁଯାୟୀ ନୂଆ କଲେକ୍ଟରେଟ କୋଠା ନିର୍ମାଣ ହେବ । କଲେକ୍ଟରେଟ କୋଠାରେ...
ଆଜି ବିଶ୍ୱ ଏଡସ ଦିବସ, ଅକ୍ଟୋବର ସୁଦ୍ଧା ୨୪୬୨ HIV ପଜିଟିଭ
ଭୁବନେଶ୍ୱର : ବିଶ୍ୱ ଏଡସ ଦିବସରେ କ୍ୟାପିଟାଲ ହସ୍ପିଟାଲ ପରିସରରେ ସଚେତନତା ରାଲି ।ପତାକା ଦେଖାଇ ଉଦଘାଟନ କଲେ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ରାଜ୍ୟରେ...
୯ ଜେଲରୁ ୧୩ କଏଦୀ ଫେରାର
ଭୁବନେଶ୍ୱର : ଜେଲରୁ କଏଦୀ ଫେରାର ନେଇ ମୁଖ୍ୟମନ୍ତ୍ରୀଙ୍କ ଲିଖିତ ଉତ୍ତର । ଗତବର୍ଷ ଜୁଲାଇରୁ ଏଯାବତ ୯ଟି ଜେଲରୁ ୧୩ କଏଦୀ ଫେରାର ହୋଇଛନ୍ତି ।...











