ମାଲକାନଗିରି : ମୋଷ୍ଟ ୱାଣ୍ଟେଡ ହାର୍ଡକୋର ମାଓବାଦୀ ନିହତ । ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲା ମାଓନେତା ଭାସ୍କର । ଛତିଶଗଡ ବିଜାପୁର ଜିଲ୍ଲାରେ ମାଓ ଏନକାଉଣ୍ଟର । ଗୋଟିଏ ବନ୍ଧୁକ ସହ ବିପୁଳ ମାଓ ସାମଗ୍ରୀ ଜବତ । ଗତ କାଲି ଇନ୍ଦ୍ରାବତୀ ଜାତୀୟ ଉଦ୍ୟାନରେ ହୋଇଥିବା ଏନକାଉଣ୍ଟରରେ ଆଉ ଜଣେ ଦୁର୍ଦାନ୍ତ ନକ୍ସଲ ମୃତ୍ୟୁବରଣ କରିଛି। ପ୍ରକାଶ ଥାଉକି ଦୁଇ ଦିନ ତଳେ କେନ୍ଦ୍ରୀୟ କମିଟିର ସଦସ୍ୟ ସୁଧାକରର ମୃତ୍ୟୁ ହୋଇଥିବା ବେଳେ ଗତକାଲି ଏନକାଉଣ୍ଟରରେ ଆଉ ଜଣେ ଆଗଧାଡ଼ିର ନକ୍ସଲ ଭାସ୍କରର ମୃତ୍ୟୁ ହୋଇଛି। ଭାସ୍କର ନାମରେ ସରକାର ୨୫ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କରିଥିଲେ। ଭାସ୍କର ନିକଟରେ ଏକ ଏକେ-୪୭ ବନ୍ଧୁକ ଜବତ କରିଛି ପୁଲିସ। ପୁଲିସର କହିବା ଅନୁଯାୟୀ ମୁଣ୍ଡଗୁଲା ଭାସ୍କର ରାଓ ଅରଫ ମଇଲାରାପୁ ତେଲେଙ୍ଗାନା ଜିଲ୍ଲାର ଆଦିଲାବାଦ ଜିଲ୍ଲାର ଉରୁମାଦଲା ଗ୍ରାମର ବାସିନ୍ଦା। ସେ ତେଲେଙ୍ଗାନା ଷ୍ଟେଟ କମିଟିର ସ୍ବତନ୍ତ୍ର ଜୋନାଲ କମିଟର ସଦସ୍ୟ ରହିଥିଲା। ଏଥିସହ ତେଲେଙ୍ଗାନା ରାଜ୍ୟ ସମିତିର ମଞ୍ଚେରିୟଲ କୋମରା ଭୀମ ସଂଗଠନର ସଚିବ ମଧ୍ୟ ରହିଥିଲା। ଘଟଣାସ୍ଥଳରେ ସର୍ଚ୍ଚ ଅପରେସନ ଜାରି ରହିଛି।
ମୋଷ୍ଟ ୱାଣ୍ଟେଡ ମାଓବାଦୀ ନିହତ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











