ମୋହାଲି : ମୋହାଲି ଅମ୍ଳଜାନ ପ୍ଲାଣ୍ଟରେ ବିସ୍ଫୋରଣ। ଚାଲିଗଲା ୨ଜଣକ ଜୀବନ। ବୁଧବାର ଦିନ ପଞ୍ଜାବର ମୋହାଲିରେ ଏକ ଅକ୍ସିଜେନ ପ୍ଲାଣ୍ଟରେ ବଡ଼ ବିସ୍ଫୋରଣ ଘଟିବାରୁ ଏପର୍ୟ୍ୟନ୍ତ ୨ଜଣକ ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଛି। ଏହା ସହ ଅନେକ ଆହତ ହୋଇଥିବା ଅଧିକାରୀମାନେ କହିଛନ୍ତି। ଏପର୍ୟ୍ୟନ୍ତ ଆହତଙ୍କ ସଂଖ୍ୟା ସାମ୍ନାକୁ ଆସିନାହିଁ।ସୂଚନା ମୁତାବକ, ସହରର ଫେଜ୍ ୯ରେ ଅବସ୍ଥିତ କାରଖାନାରେ ଏହି ବିସ୍ଫୋରଣ ଘଟିଛି। ସୂଚନା ପାଇବା ମାତ୍ରେ ଡାକ୍ତରୀ ଦଳ, ପୁଲିସ ଏବଂ ଜିଲ୍ଲା ପ୍ରଶାସନର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ୟ୍ୟ ଆରମ୍ଭ କରିଛନ୍ତି।ଆହତମାନଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।
Views: 29