The Ultimate Managed Hosting Platform
ADVERTISEMENT

ମୋ ବସ ଧକ୍କାରେ ନାବାଳିକାଙ୍କ ମୃତ୍ୟୁ ଘଟଣା, କ୍ରୁଟ ପକ୍ଷରୁ ୨ ଲକ୍ଷ ଟଙ୍କାର କ୍ଷତି ପୂରଣ

Facebook
Twitter
LinkedIn

ଭୁବନେଶ୍ୱର : ମୋ ବସ୍ ଧକ୍କାରେ ୧୩ ବର୍ଷର ନାବାଳିକାଙ୍କ ମୃତ୍ୟୁ ଘଟଣାରେ କ୍ରୁଟ୍ ପକ୍ଷରୁ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର କ୍ଷତିପୂରଣ ଦିଆଆଇଛି । ଏହାପରେ ସେଠାରେ ଯେଉଁ ସ୍ଥାନୀୟବାସୀ ରାସ୍ତାରୋକ କରିଥିଲେ ସେମାନେ ହଟିଛନ୍ତି । ଡ୍ରାଇଭରର ଭୁଲ ପାଇଁ ଦୁର୍ଘଟଣାକୁ ସ୍ୱୀକାର କଲେ କତ୍ତୃପକ୍ଷ । ଆଜି ସକାଳୁ ନାବାଳିକାଙ୍କ ଜୀବନ ନେଇଛି ମୋ ବସ୍ । ନନ୍ଦନକାନନ ରାସ୍ତା ରଘୁନାଥପୁର ନିକଟରେ ଘଟିଥିଲା ଦୁର୍ଘଟଣା । ଘରୁ ସାଇକେଲ ନେଇ ନନ୍ଦନକାନନ ଛକକୁ ଯାଉଥିଲେ ୧୩ ବର୍ଷ ବୟସ୍କ ନାବାଳିକା । ପଛରୁ ଧକ୍କା ଦେଇ ଘୋଷାଡ଼ି ନେଇଥିଲା ମୋ ବସ୍ । ଏହାକୁ ନେଇ ଲୋକଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଥିଲା । ନନ୍ଦନକାନନ-ଜୟଦେବବିହାର ମୁଖ୍ୟ ରାସ୍ତା ଅବରୋଧ ଫଳରେ ଘଣ୍ଟା ଘଣ୍ଟା ଯାନବାହାନ ଚଳାଚଳ ଠପ୍ ହୋଇଯାଇଥିଲା । ଟ୍ରାଫିକ ଡିସିପି, ଜୋନ୍ ଏସିପି ଓ ନନ୍ଦନକାନନ ଥାନା ଅଧିକାରୀ ଓ କ୍ରୁଟ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ବୁଝାସୁଝା କରିଥିଲେ। ଆଲୋଚନା ପରେ କ୍ରୁଟ ପକ୍ଷରୁ ମୃତକଙ୍କ ପରିବାରକୁ ଦୁଇ ଲକ୍ଷ ଟଙ୍କାର କ୍ଷତିପୂରଣ ପ୍ରଦାନ କରାଯାଇଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login