ଭୁବନେଶ୍ୱର : ମୋ ବସ୍ ଧକ୍କାରେ ୧୩ ବର୍ଷର ନାବାଳିକାଙ୍କ ମୃତ୍ୟୁ ଘଟଣାରେ କ୍ରୁଟ୍ ପକ୍ଷରୁ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର କ୍ଷତିପୂରଣ ଦିଆଆଇଛି । ଏହାପରେ ସେଠାରେ ଯେଉଁ ସ୍ଥାନୀୟବାସୀ ରାସ୍ତାରୋକ କରିଥିଲେ ସେମାନେ ହଟିଛନ୍ତି । ଡ୍ରାଇଭରର ଭୁଲ ପାଇଁ ଦୁର୍ଘଟଣାକୁ ସ୍ୱୀକାର କଲେ କତ୍ତୃପକ୍ଷ । ଆଜି ସକାଳୁ ନାବାଳିକାଙ୍କ ଜୀବନ ନେଇଛି ମୋ ବସ୍ । ନନ୍ଦନକାନନ ରାସ୍ତା ରଘୁନାଥପୁର ନିକଟରେ ଘଟିଥିଲା ଦୁର୍ଘଟଣା । ଘରୁ ସାଇକେଲ ନେଇ ନନ୍ଦନକାନନ ଛକକୁ ଯାଉଥିଲେ ୧୩ ବର୍ଷ ବୟସ୍କ ନାବାଳିକା । ପଛରୁ ଧକ୍କା ଦେଇ ଘୋଷାଡ଼ି ନେଇଥିଲା ମୋ ବସ୍ । ଏହାକୁ ନେଇ ଲୋକଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଥିଲା । ନନ୍ଦନକାନନ-ଜୟଦେବବିହାର ମୁଖ୍ୟ ରାସ୍ତା ଅବରୋଧ ଫଳରେ ଘଣ୍ଟା ଘଣ୍ଟା ଯାନବାହାନ ଚଳାଚଳ ଠପ୍ ହୋଇଯାଇଥିଲା । ଟ୍ରାଫିକ ଡିସିପି, ଜୋନ୍ ଏସିପି ଓ ନନ୍ଦନକାନନ ଥାନା ଅଧିକାରୀ ଓ କ୍ରୁଟ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ବୁଝାସୁଝା କରିଥିଲେ। ଆଲୋଚନା ପରେ କ୍ରୁଟ ପକ୍ଷରୁ ମୃତକଙ୍କ ପରିବାରକୁ ଦୁଇ ଲକ୍ଷ ଟଙ୍କାର କ୍ଷତିପୂରଣ ପ୍ରଦାନ କରାଯାଇଥିଲା ।
ମୋ ବସ ଧକ୍କାରେ ନାବାଳିକାଙ୍କ ମୃତ୍ୟୁ ଘଟଣା, କ୍ରୁଟ ପକ୍ଷରୁ ୨ ଲକ୍ଷ ଟଙ୍କାର କ୍ଷତି ପୂରଣ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











