ସମ୍ବଲପୁର : ସମ୍ବଲପୁରରେ କର୍ଫ୍ୟୁ ଭିତରେ କଟକଣାକୁ କୋହଳ କରିଛି ପ୍ରଶାସନ । ଅପରାହ୍ଣ ସାଢ଼େ ୩ଟାରୁ ସନ୍ଧ୍ୟା ସାଢ଼େ ୫ଟା ପର୍ୟ୍ୟନ୍ତ କଟକଣା କୋହଳ କରାଯାଇଛି । ସାଧାରଣ ଲୋକଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି ପୂର୍ବ ଘୋଷଣା ଅନୁସାରେ, କଟକଣାକୁ ୨ଘଂଟା କୋହଳ କରିଛି ପ୍ରଶାସନ । ଏହି ସମୟରେ ସାଧାରଣ ଲୋକ ଘରୁ ପଦାକୁ ବାହାରି ସେମାନଙ୍କ ଆବଶ୍ୟକ ଜିନିଷ କିଣିପାରିବେ ଏବଂ ଜରୁରୀ କାର୍ୟ୍ୟ କରିପାରିବେ । ପ୍ରଶାସନର ନିଷ୍ପତି ଅନୁସାରେ, ସକାଳ ୮ଟାରୁ ୧୦ଟା ଯାଏଁ ଏବଂ ଅପରାହ୍ଣ ସାଢେ ୩ଟାରୁ ସନ୍ଧ୍ୟା ସାଢେ ୫ଟା ଯାଏଁ ଜରୁରୀ କାମର ବାହାରକୁ ବାହାରିପାରିବେ ଲୋକେ । କର୍ଫ୍ୟୁ ସମୟରେ ଡାକ୍ତରଖାନା, ଔଷଧ ଦୋକାନ ଭଳି ଆତ୍ୟାବଶ୍ୟକ ସେବା ବ୍ୟତିତ ଅନ୍ୟ ସବୁ କିଛି ବନ୍ଦ ରହିବ । ସେହିପରି ଟ୍ରେନ ଯାତ୍ରୀ ଓ ବିମାନ ଯାତ୍ରୀ, ଟିକେଟ ଦେଖାଇ ଯାଇପାରିବେ । ଜରୁରୀ ସ୍ୱାସ୍ଥ୍ୟ ସେବା ପାଇଁ ୨୪ ଘଂଟିଆ ହେଲପଲାଇନ ନଂବର ଜାରି କରାଯାଇଛି । ହେଲପ ଲାଇନ ନମ୍ବର ହେଉଛି ୭୬୫୫୮୦୦୭୬୦ । ତେବେ କୋହଳ ସମୟ ବ୍ୟତିତ ସାଧାରଣ ଲୋକ ଅନ୍ୟ ସମୟରେ ପଦାକୁ ବାହାରିଲେ କାର୍ୟ୍ୟାନୁଷ୍ଠାନ ନିଆଯିବ ବୋଲି ଘୋଷଣା କରାଯାଇଛି ।
ତେବେ ଏହି ସମୟରେ ଯେମିତି କୌଣସି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ନହୁଏ, ତା ଉପରେ ସତର୍କ ନଜର ରଖିଛି ପୋଲିସ ପ୍ରଶାସନ । ସାଧାରଣ ଲୋକଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି କର୍ଫ୍ୟୁ ସମୟରେ, ଦିନକୁ ଦୁଇଥର କଟକଣା କୋହଳ ହେବ ବୋଲି ପ୍ରଶାସନ ପକ୍ଷରୁ ସ୍ପଷ୍ଟ କରାଯାଇଛି ।
ସମ୍ବଲପୁରରେ ୨ ଘଣ୍ଟା ପାଇଁ କୋହଳ ହେଲା କର୍ଫ୍ୟୁ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











